ଅର୍ଥମନ୍ତ୍ରୀଙ୍କୁ ଦହି-ଚିନି ଖୁଆଇଦେଲେ ରାଷ୍ଟ୍ରପତି: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧।୨: ଆଜି ସଂସଦରେ ଉପସ୍ଥାପିତ ହେବ କେନ୍ଦ୍ର ସାଧାରଣ ବଜେଟ। ଏହାପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ତାଙ୍କ ଟିମ ସହିତ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବଜେଟର ଏକ କପି ତାଙ୍କୁ ପ୍ରଦାନ କରିଥିଲେ। ବଜେଟ ଉପସ୍ଥାପନ କରିବାକୁ ଅର୍ଥମନ୍ତ୍ରୀ ମଧ୍ୟ ରାଷ୍ଟ୍ରପତିଙ୍କ ଅନୁମୋଦନ ନେଇଥିଲେ। ଏହି ସମୟରେ ରାଷ୍ଟ୍ରପତି ମୁର୍ମୁ ନିର୍ମଳାଙ୍କୁ ଦହି ଏବଂ ଚିନି ଖୁଆଇ ଦେଇଥିଲେ। ଭାରତୀୟ ସଂସ୍କୃତିରେ, ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବା କିମ୍ବା ନୂତନ ଉଦ୍ୟମ ଆରମ୍ଭ କରିବା ପୂର୍ବରୁ ଦହି-ଚିନି ଖାଇବାକୁ ଶୁଭ ବୋଲି ବିବେଚନା କରାଯାଏ।

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ଲୋକ ସଭାରେ ୨୦୨୫-୨୬ ଆର୍ଥତ୍କ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ଏହା ନିର୍ମଳାଙ୍କର କ୍ରମାଗତ ଅଷ୍ଟମ ବଜେଟ। ବଜେଟ୍‌ ଉପସ୍ଥାପନ ପୂର୍ବରୁ ଅର୍ଥ ମନ୍ତ୍ରଣାଳୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ ପୂର୍ବରୁ ସେଠାରେ ପହଞ୍ଚିଥିଲେ। ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଭି ଅନନ୍ତ ନାଗେଶ୍ୱରନ ଉପସ୍ଥିତ ଥିଲେ।
ଏନ୍‌ଡିଏ ସରକାରଙ୍କ ବିକଶିତ ଭାରତ ସ୍ବପ୍ନକୁ ଦୃଷ୍ଟିରେ ରଖି ଅର୍ଥମନ୍ତ୍ରୀ ବଜେଟରେ ଅର୍ଥନୀତିର ବିଭିନ୍ନ କ୍ଷେତ୍ରକୁ ପ୍ରାଧାନ୍ୟ ଦେଇପାରନ୍ତି। ଗରିବ ଓ ମଧ୍ୟବିତ୍ତ ଶ୍ରେଣୀ ପାଇଁ ବଜେଟରେ ବ୍ୟବସ୍ଥା ରହିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ଏହି ୨ ବର୍ଗଙ୍କ ପାଇଁ ଧନର ଦେବୀ ଲକ୍ଷ୍ମୀ ଉଦାର ହେବା ପାଇଁ ସେ ପ୍ରାର୍ଥନା କରିଛନ୍ତି। ସରକାରଙ୍କ ସମାନତା ସହ ଆର୍ଥତ୍କ ଅଭିବୃଦ୍ଧି ନୀତି କାଏମ ରହିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri