ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୩।୧୨: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ରାଷ୍ଟ୍ରପତି ପହଞ୍ଚିଛନ୍ତି। ଏହା ପରେ ବିମାନବନ୍ଦରରୁ ଚନ୍ଦ୍ରଶେଖରପୁର ନୀଳାଦ୍ରିବିହାର ଅଭିମୁଖେ ଯିବେ ରାଷ୍ଟ୍ରପତି। ସେଠାରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ରାଷ୍ଟ୍ରପତି ୫ ଦିନ ଓଡ଼ିଶାରେ ରହିବେ। ଆସନ୍ତାକାଲି ପୁରୀରେ ନୌସେନା ଦିବସରେ ଯୋଗ ଦେବେ।

ରାଷ୍ଟ୍ରପତି ଆଜି ରାଜଭବନରେ ରାତ୍ରି ଯାପନ କରିବେ। ବୁଧବାର ପୁରୀ ଗସ୍ତ କରିବେ। ପୂର୍ବାହ୍ନ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବା ପରେ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ଅପରାହ୍ନରେ ପୁରୀ ବେଳାଭୂମିରେ ଆୟୋଜିତ ନୌସେନା ଦିବସରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ସାମିଲ ହେବେ। ୫ ତାରିଖରେ ଭୁବନେଶ୍ୱରରେ ନୂତନ କୋର୍ଟ କୋଠା ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ରାଷ୍ଟ୍ରପତି ଯୋଗଦେବେ। ପରେ ଓୟୁଏଟିର ୪୦ତମ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ। ୬ ଓ ୭ ତାରିଖରେ ମୟୂରଭଞ୍ଜରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?