ଓଡ଼ିଶାରେ ରାଷ୍ଟ୍ରପତି

ଭୁବନେଶ୍ୱର,୧୦ା୨: ଶୁକ୍ରବାର ଓଡ଼ିଶାରେ ଆସି ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ଆଜି ପୂର୍ବାହ୍ନରେ ରାଷ୍ଟ୍ରପତି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ରାଜ୍ୟପାଳଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ସ୍ବାଗତ କରିବାକୁ ଉପସ୍ଥିତ ଅଛନ୍ତି। ରାଷ୍ଟ୍ରପତି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି।

ରାଷ୍ଟ୍ରପତି ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗଦେବେ। ଅପରାହ୍ନ ୩ଟା ୫୫ରେ ରମାଦେବୀ ମହିଳା ବିଶ୍ବବିଦ୍ୟାଳୟର ଦ୍ବିତୀୟ ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ। ଏହି ଅବସରରେ ୨୨ ଜଣଙ୍କୁ ସ୍ବର୍ଣ୍ଣପଦକ ଓ ୪ ଜଣଙ୍କୁ ଡିଲିଟ୍‌ ଉପାଧି ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଉଚ୍ଚଶିକ୍ଷା ସଚିବ ପ୍ରମୁଖ ଉପସ୍ଥିତ ରହିବେ। ପରେ ରାଜଭବନକୁ ଫେରି ରାତ୍ରିଯାପନ କରିବେ। ୧୧ ତାରିଖ ସକାଳ ୯ଟା ୫ରେ ସେ ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ ସାରି ପୂର୍ବାହ୍ନରେ କଟକ ବିଦ୍ୟାଧରପୁରସ୍ଥିତ ଭାରତୀୟ କୃଷି ଗବେଷଣା ପରିଷଦ ଅଧୀନ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ ୨ୟ ଜାତୀୟ ଧାନ କଂଗ୍ରେସର ସମ୍ମିଳନୀକୁ ଉଦ୍‌ଘାଟନ କରିବେ। ଏହାପରେ ରାଷ୍ଟ୍ରପତି ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ପରିବହନ ମନ୍ତ୍ରୀଙ୍କ ବଡ଼ ଘୋଷଣା: ପଲ୍ୟୁସନ ଅବଧି ବଢ଼ାଇ କହିଲେ…

ଭୁବନେଶ୍ୱର,୩୧ା୧୨: ପରିବହନ ମନ୍ତ୍ରୀ ପଲ୍ୟୁସନ ସାର୍ଟିଫିକେଟ୍‌ ଅବଧିକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ଏହି ଅବଧି ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri