ରାଇରଙ୍ଗପୁରରେ ରାଷ୍ଟ୍ରପତି : ଆଜି ଆସିବେ ପ୍ରଧାନମନ୍ତ୍ରୀ

ବାରିପଦା/ରାଇରଙ୍ଗପୁର,୨୦ା୬ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ମାନସ ମହାନ୍ତି): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଶୁକ୍ରବାର ଅପରାହ୍ନ ୫ଟାରେ ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ପ୍ରତିକୂଳ ପାଗ ଯୋଗୁ ହେଲିକପ୍ଟରରେ ନ ଆସି ପଶ୍ଚିମବଙ୍ଗର କୋଲେଇକୁଣ୍ଡା ଏୟାରଷ୍ଟ୍ରିପ୍‌ରୁ ସେ ସଡ଼କ ପଥରେ ଆସିଛନ୍ତି। ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ରାଇରଙ୍ଗପୁରେ ଉପସ୍ଥିତ ରହି ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇଛନ୍ତି।
ରାଇରଙ୍ଗପୁର ଉପଖଣ୍ଡ ଡାକ୍ତରଖାନା ପରିସରରେ ଏମ୍‌ସ୍‌ ସାଟେଲାଇଟ୍‌ ସେଣ୍ଟରକୁ ରାଷ୍ଟ୍ରପତି ଉଦ୍‌ଘାଟନକରି ରୋଗୀଙ୍କ ସହ ଭାବ ବିନିମୟ କରିଛନ୍ତି। ରାଷ୍ଟ୍ରପତି ମେଗା ହେଲ୍‌ଥ କ୍ୟାମ୍ପରେ ରୋଗୀମାନଙ୍କୁ ଠିକ୍‌ ଚିକିତ୍ସା ପ୍ରଦାନରେ ବିଭାଗୀୟ ଅଧିକାରୀ, ଡାକ୍ତର ଓ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ଉପସ୍ଥିତ ବ୍ରହ୍ମାକୁମାରୀ ଭଉଣୀଭାଇ, ଅଞ୍ଚଳବାସୀ ଓ ବୁଦ୍ଧିଜୀବୀଙ୍କ ସହ ଭାବ ବିନିମୟ କରିଥିଲେ। ଏହା ପରେ କୁସୁମୀ ବ୍ଳକ୍‌ ଅଧୀନ ଖଣି ପ୍ରଭାବିତ ଗ୍ରାମଗୁଡିକ ପାଇଁ ମେଗା ସମନ୍ବିତ ଗ୍ରାମୀଣ ପାଇପ ଜଳ ଯୋଗାଣ ପ୍ରକଳ୍ପ, ବ୍ରହ୍ମାକୁମାରୀଙ୍କ ମାତୃଶକ୍ତି ଭବନ, ସ୍ବତନ୍ତ୍ର ସର୍କିଟ ହାଉସ ଏବଂ ରାଇରଙ୍ଗପୁରରେ ନୂତନ ପୋଲିସ ଜିଲାକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିଛନ୍ତି। ଉକ୍ତ କାଯର୍ର୍‌ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ, ଏମ୍‌ପି ନବ ଚରଣ ମାଝୀ, ରାଇରଙ୍ଗପୁର ବିଧାୟକ ଜଲେନ ନାଏକ, ସାରସକଣା ବିଧାୟକ ଭାଦବ ହଁାସଦା, ସ୍ବତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦର ଅଧ୍ୟକ୍ଷ ଡା. ବୁଢ଼ାନ ମୁର୍ମୁ ପ୍ରମୁଖ ଉପସ୍ଥିତ ଥିଲେ। ପରେ ରାଇରଙ୍ଗପୁର ମହୁଲଡ଼ିହାସ୍ଥିତ ବାସଭବନରେ ରାଷ୍ଟ୍ରପତି ରାତ୍ରିଯାପନ କରିଥିବା ସୂଚନା ମିଳିଛି।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ରାଇରଙ୍ଗପୁର ଗସ୍ତରେ ଆସିବେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉପସ୍ଥିତ ରହିବେ। ପୂର୍ବାହ୍ନ ୧୧ଟା୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ। ଏହା ପରେ ଉଭୟ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା, ଦକ୍ଷତା କେନ୍ଦ୍ର ଏବଂ ପାହାଡ଼ପୁର ସ୍କୁଲରେ ପ୍ରାର୍ଥନା କରିବେ। ଅପରାହ୍ନ ୧ଟାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ରାଇରଙ୍ଗପୁରରେ ଓଡ଼ିଶା ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ରହିଛି ‘ବିକାଶର ଧାରା, ଓଡ଼ିଶା ସାରା’। କାର୍ଯ୍ୟକ୍ରମ ସମୟରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧନ ମଧ୍ୟ କରିବେ। ଏହି କାର୍ଯ୍ୟକ୍ରମ ସମୟରେ, ଶକ୍ତି, ଶିଳ୍ପ ଭିତ୍ତିଭୂମି, ସଡ଼କ ସଂଯୋଗୀକରଣ, ପାନୀୟ ଜଳ, ସ୍ବାସ୍ଥ୍ୟ, ଶିକ୍ଷା, ପର୍ଯ୍ୟଟନ ଏବଂ ଜଳସେଚନ ସମେତ ପ୍ରମୁଖ କ୍ଷେତ୍ରର ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ଏହି ପ୍ରକଳ୍ପଗୁଡ଼ିକ ସମଗ୍ର ଓଡ଼ିଶାରେ ଭିତ୍ତିଭୂମିକୁ ସୁଦୃଢ଼ କରିବା, ସଂଯୋଗୀକରଣରେ ଉନ୍ନତି ଆଣିବା, ଶକ୍ତି ସୁରକ୍ଷା ବୃଦ୍ଧି କରିବା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକରିବ ବୋଲି ଆଶା କରାଯାଉଛି। ପ୍ରଥମ ଥର ପାଇଁ ଓଡ଼ିଶା ଇତିହାସରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଗୋଟିଏ ମଞ୍ଚରେ ଉପସ୍ଥିତ ରହିବା ସହ ଜନସାଧାରଣଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?