ଷ୍ଟିଲ୍‌ସିଟିରେ ରାଷ୍ଟ୍ରପତି: ଅଭିଭାଷଣରେ କହିଲେ ସୁନ୍ଦରଗଡ଼ କେବଳ ସଂସ୍କୃତି ପାଇଁ ନୁହେଁ, ସଂଗ୍ରାମ ହେଉଛି…

ରାଉରକେଲା,୨୧ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଝାରସୁଗୁଡ଼ା ଏୟାରପୋର୍ଟରେ ଓହ୍ଲାଇ ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଷ୍ଟିଲସିଟି ରାଉରକେଲାରେ ମଙ୍ଗଳବାର ପହଞ୍ଚିଛନ୍ତି। ଏଠାରେ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ ପରେ ଅଭିଭାଷଣ ରଖିଛନ୍ତି ମହାମହିମ। ସେ କହିଛନ୍ତି, ଓଡ଼ିଶାର ସଂସ୍କୃତି ଓ ପରମ୍ପରା ମହାନ। ସୁନ୍ଦରଗଡ଼ର କଳା ସଂସ୍କୃତି ଓଡ଼ିଶାକୁ ପରିପୂର୍ଣ୍ଣ କରିଛି। ସୁନ୍ଦରଗଡ଼ କେବଳ ସଂସ୍କୃତି ପାଇଁ ନୁହେଁ ସଂଗ୍ରାମ ପାଇଁ ବି ପରିଚିତ। ନିର୍ମଳ ମୁଣ୍ଡାଙ୍କ ସଂଗ୍ରାମ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ। ପରିବେଶ ପଥକୁ ନିର୍ମଳ ମୁଣ୍ଡାଙ୍କ ନାଁରେ ନାମିତ ଖୁସି କରିଛି। ହକିରେ ସୁନ୍ଦରଗଡ଼ ସାରା ଦେଶରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି।

ସେହିପରି ଦିଲ୍ଲୀପ ତିର୍କୀ, ଲାଜରୁସ ବାର୍ଲାଙ୍କ ପରି ଖେଳାଳି ଜିଲା ତଥା ରାଜ୍ୟର ଗୌରବ ବଢ଼ାଇଛନ୍ତି। ଆଦିବାସୀଙ୍କ ବିକାଶ ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଅଧିକରୁ ଅଧିକ ଏକଲବ୍ୟ ସ୍କୁଲମାନ ପ୍ରତିଷ୍ଠା କରାଯାଉଛି। ରାଷ୍ଟ୍ରପତି ଆଜି ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ। ପ୍ରଧାନମନ୍ତ୍ରୀ ଜନମନ ଯୋଜନା ଜନଜାତିଙ୍କ ପାଇଁ କାର୍ଯ୍ୟ କରୁଛି। ସାମଗ୍ରିକ ବିକାଶ ପାଇଁ ସମସ୍ତଙ୍କୁ ଆଗକୁ ନେବାକୁ ପଡ଼ିବ। ମୁଖ୍ୟମନ୍ତ୍ରୀ, ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କ କାର୍ଯ୍ୟ ବେଶ୍‌ ପ୍ରଶଂସନୀୟ ବୋଲି ରାଷ୍ଟ୍ରପତି କହିଛନ୍ତି। ମହିଳାଙ୍କ ବିକାଶ ଉପରେ ଗୁରୁତ୍ୱରୋପ କରି ରାଷ୍ଟ୍ରପତି କହିଛନ୍ତି, ମହିଳାଙ୍କ ବିକାଶ ବିନା ବିକଶିତ ଭାରତ ସ୍ବପ୍ନ ପୂରଣ ହୋଇପାରିବନି। ଓଡ଼ିଶାରେ କାର୍ଯ୍ୟ କରୁଥିବା ସୁଭଦ୍ରା ଯୋଜନା ମହିଳାଙ୍କୁ ଆଗକୁ ନେବ ବୋଲି ରାଷ୍ଟ୍ରପତି ତାଙ୍କ ଅଭିଭାଷଣରେ କହିଛନ୍ତି।

ଷ୍ଟିଲ୍‌ସିଟିରେ ମୋଟ୍  ୧୫୮ କୋଟିର ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିବା ସହିତ ବିଜ୍ଞାନ ପାର୍କ ଓ ପ୍ଲାନେଟାରିୟମ୍ ଲୋକାର୍ପଣ କରିଛନ୍ତି ରାଷ୍ଟ୍ରପତି। ଆଦି ପରବର ମଧ୍ୟ ଉଦଘାଟନ କରିଛନ୍ତି ରାଷ୍ଟ୍ରପତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?