ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨ା୨: ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ। ୫ ଜିଲାରେ ୬ ଦିନ ରହଣି କରିବେ ରାଷ୍ଟ୍ରପତି। ଏହି ୬ ଦିନରେ ରାଷ୍ଟ୍ରପତିଙ୍କ ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜରେ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ଯାଜପୁରରେ ମା’ ବିରଜାଙ୍କ ଦର୍ଶନ, ନାଭିଗୟାରେ ପିଣ୍ଡଦାନ କରିବେ। ପୁରୀ ଶ୍ବେତଗଙ୍ଗାରେ ପିଣ୍ଡଦାନ ସହ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

ରାଷ୍ଟ୍ରପତି ଆସୁଥିବାରୁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବିମାନବନ୍ଦରରୁ ଲୋକଭବନ ଓ ଲୋକସେବା ଭବନ, ମେ’ଫେୟାର ପର୍ଯ୍ୟନ୍ତ ଗସ୍ତ ରୁଟ୍‌ର ବିଭିନ୍ନ ସ୍ଥାନରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ବ୍ୟବସ୍ଥା ହୋଇଛି। ବ୍ଲୁ ବୁକ୍‌ ଅନୁସାରେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିବାବେଳେ ଦାୟିତ୍ୱରେ ୪ଜଣ ଡିସିପି, ୫ଜଣ ଅତିରିକ୍ତ ଡିସିପି, ୨୩ଜଣ ଏସିପି ଓ ୩୩ଜଣ ଇନ୍ସପେକ୍ଟର ରହିଛନ୍ତି। ରାଷ୍ଟ୍ରପତିଙ୍କ ଯାତାୟାତ ପଥରେ ରହିଥିବା ଉଚ୍ଚ ଅଟାଳିକାଗୁଡିକରେ ଜଗିବେ ବନ୍ଧୁକଧାରୀ ପୋଲିସ। ଏହାସହ ସହରର ବିଭିନ୍ନ ସ୍ଥାନରେ ସାଦା ପୋଷାକରେ ପୋଲିସ ଫୋର୍ସ ମୁତୟନ ରହିବେ ବୋଲି କମିଶନରେଟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ। ଏଥିସହ କାରକେଡ୍‌ ରିହର୍‌ସାଲ କରାଯାଇଛି। ଏହି ରିହର୍‌ସାଲ ବିମାନ ବନ୍ଦରରୁ ଲୋକଭବନ ଏବଂ ଲୋକଭବନରୁ ଲୋକସେବା ଭବନ ପର୍ଯ୍ୟନ୍ତ କରାଯାଇଥିଲା। ଏଥିରେ ଆମ୍ବୁଲାନ୍ସ, ଡାକ୍ତର, ଫାୟାର ଓ ଅନ୍ୟ ଟିମ୍‌ ସାମିଲ ରହିଛନ୍ତି।
ରାଷ୍ଟ୍ରପତିଙ୍କ ଦୁଇଦିନିଆ ପୁରୀ ଗସ୍ତ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।୨୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବା ସହ ଦାୟିତ୍ୱରେ ୬ ଜଣ କମାଣ୍ଡାଣ୍ଟ ର଼୍ୟାଙ୍କ୍‌ର ଅଫିସର ରହିବେ। ତାଳବଣିଆ ହେଲିପ୍ୟାଡଠାରୁ ଆରମ୍ଭ କରି ଲୋକଭବନ, ଶ୍ୱେତଗଙ୍ଗା ପୁଷ୍କରିଣୀ, ଶ୍ରୀମନ୍ଦିର ଭିତରେ ଏବଂ ବାହାରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ସହ ଟ୍ରାଫିକ ଉପରେ ମଧ୍ୟ କଟକଣା ରହିବ ବୋଲି ପୁରୀ ଏସପି ପ୍ରତୀକ ସିଂ କହିଛନ୍ତି।

ସୂଚନାନୁସାରେ, ୪ ତାରିଖ ସକାଳେ ପୁରୀ ପଞ୍ଚତୀର୍ଥ ପୁଷ୍କରିଣୀ ଶ୍ୱେତଗଙ୍ଗାରେ ପୂର୍ବପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିବେ। ପରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ଏଥିସହ ରାଷ୍ଟ୍ରପତିଙ୍କ ଗଞ୍ଜାମ ଓ ବାଲେଶ୍ୱର ଗସ୍ତ ପାଇଁ ୪୪ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯିବ ବୋଲି ସୂଚନା ଦିଆଯାଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?