ୟୁକ୍ରେନ୍‌ର ପଡୋଶୀ ଦେଶ ପୋଲାଣ୍ଡରେ ପହଞ୍ଚିଲେ ଆମେରିକା ରାଷ୍ଟ୍ରପତି

ଓ୍ବାର୍ସ,୨୫।୩: ୩୧ ଦିନରେ ପହଞ୍ଚିଛି ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ। ପ୍ରତ୍ୟକ୍ଷରେ ନହେଲେ ହେଁ ପରୋକ୍ଷରେ ଯୁଦ୍ଧକୁ ନେଇ ୟୁକ୍ରେନକୁ ସବୁ ପ୍ରକାରର ଆର୍ଥିକ ଓ ସାମରିକ ସହାୟତା ଯୋଗାଇ ଦେଉଛି ଆମେରିକା। ଏସବୁ ମଧ୍ୟରେ ଶୁକ୍ରବାର ୟୁକ୍ରେନର ପଡ଼ୋଶୀ ଦେଶ ପୋଲାଣ୍ଡରେ ପହଞ୍ଚିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ।

ବାଇଡେନ୍‌ଙ୍କ ପୋଲାଣ୍ଡ ଗସ୍ତ ପଛର ପ୍ରକୃତ କାରଣ ହ୍ବାଇଟ ହାଉସ ପକ୍ଷରୁ କୁହାଯାଇ ନ ଥିବା ବେଳେ ସେଠାରେ ଥିବା ଆମେରିକା ସୈନ୍ୟ ଏବଂ ୟୁକ୍ରେନ୍‌-ପୋଲାଣ୍ଡ ସୀମାରେ ଅବସ୍ଥାପିତ ଏନ୍‌ଜିଓଙ୍କ ସହ ସାକ୍ଷାତ କରିବେ ବୋଲି କୁହାଯାଉଛି। ସେ ପୋଲାଣ୍ଡରେ ଥିବା ଆମେରିକା ସେନାର ୮୨ତମ ଏୟାରବର୍ନ ଡିଭିଜନର ସୈନ୍ୟମାନଙ୍କୁ ଭେଟିବେ। ଏହି ଡିଭିଜନର ସଦସ୍ୟମାନେ ପୋଲାଣ୍ତ ଆର୍ମି ସହ ନିୟମିତ ଭାବେ କାମ କରୁଛନ୍ତି।

ବାଇଡେନ ମଧ୍ୟାହ୍ନରେ ସ୍ବତନ୍ତ୍ର ବିମାନ ଯୋଗେ ପୋଲାଣ୍ଡର ରେଜଜୋ ଏୟାରପୋର୍ଟରେ ପହଞ୍ଚିଥିଲେ। ଏହା ୟୁକ୍ରେନ ସୀମା ଠାରୁ ପ୍ରାୟ ୧୦୦ କିମି ଦୂର। ଶନିବାର ରାଷ୍ଟ୍ରପତି ବାଇଡେନ ତାଙ୍କ ପୋଲାଣ୍ଡ ପ୍ରତିପକ୍ଷ ଆଣ୍ଡ୍ରେଜ ଦୁଦା ଏବଂ ଅନ୍ୟମାନଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି।

ତେବେ ବାଇଡେନ ପୋଲାଣ୍ଡରେ ଶରଣାର୍ଥୀ ଜୀବନ କାଟୁଥିବା ୟୁକ୍ରେନ୍‌ବାସୀଙ୍କୁ ରାଷ୍ଟ୍ରପତି ଭେଟିବେ। ସେହିପରି ସେଠାର ପ୍ରକୃତ ସ୍ଥିତି ଓ ମାନବୀୟ ସଙ୍କଟ ସମ୍ପର୍କରେ ସିଧାସଳଖ ଆମେରିକା ସୈନ୍ୟ ଏବଂ ସ୍ଥାନୀୟ ବିଶେଷଜ୍ଞଙ୍କଠାରୁ ତଥ୍ୟ ସଂଗ୍ରହ କରିବେ। ଏହାପରେ ଆମେରିକା ପକ୍ଷରୁ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ହ୍ବାଇଟ ହାଉସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri