ୟୁକ୍ରେନ୍‌ର ପଡୋଶୀ ଦେଶ ପୋଲାଣ୍ଡରେ ପହଞ୍ଚିଲେ ଆମେରିକା ରାଷ୍ଟ୍ରପତି

ଓ୍ବାର୍ସ,୨୫।୩: ୩୧ ଦିନରେ ପହଞ୍ଚିଛି ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ। ପ୍ରତ୍ୟକ୍ଷରେ ନହେଲେ ହେଁ ପରୋକ୍ଷରେ ଯୁଦ୍ଧକୁ ନେଇ ୟୁକ୍ରେନକୁ ସବୁ ପ୍ରକାରର ଆର୍ଥିକ ଓ ସାମରିକ ସହାୟତା ଯୋଗାଇ ଦେଉଛି ଆମେରିକା। ଏସବୁ ମଧ୍ୟରେ ଶୁକ୍ରବାର ୟୁକ୍ରେନର ପଡ଼ୋଶୀ ଦେଶ ପୋଲାଣ୍ଡରେ ପହଞ୍ଚିଛନ୍ତି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ।

ବାଇଡେନ୍‌ଙ୍କ ପୋଲାଣ୍ଡ ଗସ୍ତ ପଛର ପ୍ରକୃତ କାରଣ ହ୍ବାଇଟ ହାଉସ ପକ୍ଷରୁ କୁହାଯାଇ ନ ଥିବା ବେଳେ ସେଠାରେ ଥିବା ଆମେରିକା ସୈନ୍ୟ ଏବଂ ୟୁକ୍ରେନ୍‌-ପୋଲାଣ୍ଡ ସୀମାରେ ଅବସ୍ଥାପିତ ଏନ୍‌ଜିଓଙ୍କ ସହ ସାକ୍ଷାତ କରିବେ ବୋଲି କୁହାଯାଉଛି। ସେ ପୋଲାଣ୍ଡରେ ଥିବା ଆମେରିକା ସେନାର ୮୨ତମ ଏୟାରବର୍ନ ଡିଭିଜନର ସୈନ୍ୟମାନଙ୍କୁ ଭେଟିବେ। ଏହି ଡିଭିଜନର ସଦସ୍ୟମାନେ ପୋଲାଣ୍ତ ଆର୍ମି ସହ ନିୟମିତ ଭାବେ କାମ କରୁଛନ୍ତି।

ବାଇଡେନ ମଧ୍ୟାହ୍ନରେ ସ୍ବତନ୍ତ୍ର ବିମାନ ଯୋଗେ ପୋଲାଣ୍ଡର ରେଜଜୋ ଏୟାରପୋର୍ଟରେ ପହଞ୍ଚିଥିଲେ। ଏହା ୟୁକ୍ରେନ ସୀମା ଠାରୁ ପ୍ରାୟ ୧୦୦ କିମି ଦୂର। ଶନିବାର ରାଷ୍ଟ୍ରପତି ବାଇଡେନ ତାଙ୍କ ପୋଲାଣ୍ଡ ପ୍ରତିପକ୍ଷ ଆଣ୍ଡ୍ରେଜ ଦୁଦା ଏବଂ ଅନ୍ୟମାନଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି।

ତେବେ ବାଇଡେନ ପୋଲାଣ୍ଡରେ ଶରଣାର୍ଥୀ ଜୀବନ କାଟୁଥିବା ୟୁକ୍ରେନ୍‌ବାସୀଙ୍କୁ ରାଷ୍ଟ୍ରପତି ଭେଟିବେ। ସେହିପରି ସେଠାର ପ୍ରକୃତ ସ୍ଥିତି ଓ ମାନବୀୟ ସଙ୍କଟ ସମ୍ପର୍କରେ ସିଧାସଳଖ ଆମେରିକା ସୈନ୍ୟ ଏବଂ ସ୍ଥାନୀୟ ବିଶେଷଜ୍ଞଙ୍କଠାରୁ ତଥ୍ୟ ସଂଗ୍ରହ କରିବେ। ଏହାପରେ ଆମେରିକା ପକ୍ଷରୁ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ହ୍ବାଇଟ ହାଉସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର…

ଭଉଣୀଭାଇଙ୍କୁ ମାଡ଼ ମାରି ସୁନା ଅଳଙ୍କାର ଲୁଟ ଘଟଣା; ୩ ବର୍ଷ ପରେ ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩।୯,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନରେ ଘଟିଥିଲା ଏକ ଡକାୟତି ଘଟଣା। ଏହି ଥାନା ଅନ୍ତର୍ଗତ କଙ୍କିଆ ଗ୍ରାମ ନିକଟ ଗ୍ରାମବିକାଶ ହାଇସ୍କୁଲ…

ନିଆରା ଢଙ୍ଗରେ ପାଳନ ହେବ ଆଗାମୀ ଗୁରୁ ଦିବସ: ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ବିଶେଷ ସମ୍ମାନ, DEOଙ୍କୁ ଚିଠି…

ଭୁବନେଶ୍ୱର,୩।୯: ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆଗାମୀ ‘ଗୁରୁ ଦିବସ-୨୦୨୬’ ଆଡ଼ମ୍ବର ସହକାରେ ପାଳନ କରାଯିବ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ସମସ୍ତ ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri