ରାଷ୍ଟ୍ରପତିଙ୍କ ସୁରକ୍ଷା ଢିଲା ଘଟଣା: ପାଇଲଟ୍‌ଙ୍କୁ ହେବ ପଚରାଉଚରା

ଓ୍ବାଶିଂଟନ,୬ା୬: ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ କୁହାଯାଉଥିବା ଆମେରିକାର ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା  କଡ଼ା ବୋଲି କୁହାଯାଏ। କିନ୍ତୁ ଶନିବାର ସୁରକ୍ଷା କ୍ଷେତ୍ରରେ ଢିଲା ବ୍ୟବସ୍ଥା ଥିବା ଘଟଣା ସାମ୍ନାକୁ ଆସଛି। ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନଙ୍କ ଡେଲାଓ୍ବେର ଘର ଉପରେ ଏକ ଛୋଟ ଘରୋଇ ବିମାନ ନିଷିଦ୍ଧ ଏରିଆରେ (ନୋ-ଫ୍ଲାଏ ଜୋନ୍‌) ଖସିପଡ଼ି ଆତଙ୍କ ସୃଷ୍ଟି କରିଥିଲା। ସେତେବେଳେ ବାଇଡେନ ଏବଂ ତାଙ୍କ ସ୍ତ୍ରୀ ଜିଲ ବାଇଡେନ ଘରେ ଥିଲେ। ଆକ୍ରମଣର ସମ୍ଭାବନା ଦେଖି ତାଙ୍କୁ ତୁରନ୍ତ ଏକ ସୁରକ୍ଷିତ ସ୍ଥାନକୁ ନିଆଯାଇଥିଲା।

ଏକ ରିପୋର୍ଟ ଅନୁଯାୟୀ, ବିମାନଟି ଭୁଲ୍‌ରେ ନୋ-ଫ୍ଲାଏ ଜୋନ୍‌ରେ ପ୍ରବେଶ କରିଥିଲା। ହ୍ବାଇଟ୍‌ ହାଉସର ଏକ ବିବୃତ୍ତିରେ କୁହାଯାଇଛି, ଉଭୟ ଆମେରିକାର ରାଷ୍ଟ୍ରପତି ଏବଂ ତାଙ୍କ ସ୍ତ୍ରୀ ସୁରକ୍ଷିତ ଅଛନ୍ତି। ହ୍ବାଇଟ୍‌ ହାଉସର ଜଣେ ଅଧିକାରୀ କହିଛନ୍ତି, ଅନୁସନ୍ଧାନ ପରେ ଉଭୟ ନିଜ ବାସଭବନକୁ ଫେରିଛନ୍ତି।

ଏହି ଘଟଣା ସମ୍ପର୍କରେ ସୂଚନା ପ୍ରଦାନ କରି ସିକ୍ରେଟ ସର୍ଭିସ ମୁଖପାତ୍ର ଆନ୍ଥୋନୀ ଗୁଲିମ୍‌ କହିଛନ୍ତି, ଅନ୍ୟ ତ୍ରୁଟି ମଧ୍ୟରେ ବିମାନର ପାଇଲଟ ତାଙ୍କ ନିର୍ଦ୍ଦିଷ୍ଟ ରେଡିଓ ଚ୍ୟାନେଲରେ ନ ଥିଲେ। ମୁଖପାତ୍ର ଏହା ମଧ୍ୟ କହିଛନ୍ତି, ପାଇଲଟ ବିମାନ ନିର୍ଦ୍ଦେଶାବଳୀ ଅନୁସରଣ କରୁନାହାନ୍ତି। ସେ କହିଛନ୍ତି, ଆମେରିକାର ଗୁପ୍ତ ସେବା ଅଭିଯୁକ୍ତ ପାଇଲଟଙ୍କୁ ଏମିତି କାହିଁକି କଲେ ସେନେଇ ପ୍ରଶ୍ନ କରିବ।

ଆମେରିକା ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥାରେ ଏତେ ବ୍ୟତିକ୍ରମ ଯାହାକି ଏକ ଚିନ୍ତାର ବିଷୟ। କାରଣ ଆଜିକାଲି ଆମେରିକାରେ ଗୁଳି ବିନିମୟ ଘଟଣା ସାମ୍ନାକୁ ଆସୁଛି। କିଛି ଦିନ ପୂର୍ବରୁ ବାଇଡେନ ଦେଶରେ ଅସ୍ତ୍ରଶସ୍ତ୍ର ବିକ୍ରି ନିୟନ୍ତ୍ରଣ ଉପରେ ପଦକ୍ଷେପ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri