Posted inଜାତୀୟ

ରାଷ୍ଟ୍ରପତିଙ୍କ ହୋଇପାରେ ବାଇପାସ୍‌ ସର୍ଜରୀ

ନୂଆଦିଲ୍ଲୀ,୨୭।୩: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଶନିବାର ଏମ୍ସ ସ୍ଥାନାନ୍ତର କରାଯାଇଛି। ଏମ୍ସରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଚିକିତ୍ସା କରୁଥିବା ବିଶେଷଜ୍ଞ ଡାକ୍ତର ଟିମ୍‌ ରାଷ୍ଟ୍ରପତିଙ୍କ ବାଇପାସ୍‌ ସର୍ଜରୀ ହୋଇପାରେ ବୋଲି ସରକାରଙ୍କୁ ସୂଚନା ଦେଇଛନ୍ତି। ଏପରିକି ମାର୍ଚ୍ଚ ୩୦ ତାରିଖ ସକାଳେ ବାଇପାସ ସର୍ଜରୀ କରାଯିବ ବୋଲି ଡାକ୍ତର ଟିମ୍‌ ଆଶା ବ୍ୟକ୍ତ କରିଛନ୍ତି। ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ବେଳେ ଏମ୍ସର ବିଶେଷଜ୍ଞ ଡାକ୍ତର ଟିମ୍‌ ତାଙ୍କର ଚିକିତ୍ସା କରୁଥିବା ସରକାରଙ୍କ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଶୁକ୍ରବାର ରାଷ୍ଟ୍ରପତି ଆର୍ମି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ…

ଆଜିଠୁ ଜନଗଣନା: ଏପ୍ରିଲ ୧ରୁ ଅଗଷ୍ଟ ୩୧ ମଧ୍ୟରେ…

ନୂଆଦିଲ୍ଲୀ,୧ା୪:ଜନଗଣନା-୨୦୨୭ ବୁଧବାରଠାରୁ ଆରମ୍ଭ ହେଉଛି। ପ୍ରତି ୧୦ ବର୍ଷରେ ଜନଗଣନା କରାଯାଉଥିବାବେଳେ ଶେଷଥର ପାଇଁ ୨୦୧୧ରେ ହୋଇଥିଲା। କୋଭିଡ୍‌ ମହାମାରୀକୁ ନେଇ ୨୦୨୧ରେ ଜନଗଣନା ସ୍ଥଗିତ ରହିଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri