Posted inଜାତୀୟ

ଗଣତନ୍ତ୍ର ଦିବସ ପାଇଁ ରାଷ୍ଟ୍ରପତି ବାଛିଲେ ଓଡ଼ିଶା ରେଶମ ଶାଢ଼ି

ନୂଆଦିଲ୍ଲୀ,୨୬।୧: ଦେଶ ଆଜି ୭୪ତମ ଗଣତନ୍ତ୍ର ଦିବସ ପାଳନ କରୁଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଗଡ଼ି ହୃଦୟ ଜିତିଥିବା ବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଢ଼ି ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଛି। ସେ ପ୍ରାୟତଃ ରେଶମରୁ ନିର୍ମିତ ଶାଢ଼ି ପିନ୍ଧିଥାନ୍ତି। ହେଲେ ଏଥର ଗଣତନ୍ତ୍ର ଦିବସରେ ସେ ଓଡ଼ିଶା ରେଶମ ଶାଢ଼ିକୁ ବାଛିଛନ୍ତି। ପୂର୍ବରୁ ରାଷ୍ଟ୍ରପତି ମୁର୍ମୁ ଶପଥ ଗ୍ରହଣ ସମାରୋହରେ ସାନ୍ତାଳୀ ଶାଢ଼ି ପିନ୍ଧିଥିଲେ।

ଗୋଲାପୀ ଏବଂ ଧଳା ରଙ୍ଗର ଶାଢ଼ି ସହ ରାଷ୍ଟ୍ରପତି ଏକ ବାଦାମୀ ରଙ୍ଗର ଶଲ୍‌ ପିନ୍ଧିଥିଲେ। କର୍ତ୍ତବ୍ୟ ପଥରେ ତାଙ୍କ ଆଗମନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ସ୍ବାଗତ କରିଥିଲେ। ବାୟୁସେନା ଅଧିକାରୀ ଫ୍ଲାଇଟ ଲେଫ୍ଟନାଣ୍ଟ କୋମଲ ରାନୀ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏଥିସହ ଜାତୀୟ ସଙ୍ଗୀତ ବାଜିବା ସହ ରାଷ୍ଟ୍ରପତିଙ୍କୁ ୨୧ ତୋପ ସଲାମୀ ଦିଆଯାଇଥିଲା।

ସେହିଭଳି ପ୍ରଧାନମନ୍ତ୍ରୀ ମୋଦି ଭାରତର ବିବିଧତାର ପ୍ରତୀକ ବହୁ ରଙ୍ଗର ରାଜସ୍ଥାନୀ ପଗଡ଼ି ପିନ୍ଧିଥିଲେ। ଏହାଛଡ଼ା ସେ ଧଳା କୁର୍ତ୍ତା ଏବଂ କଳା କୋଟ-ପ୍ୟାଣ୍ଟ ସହ ଏକ ଧଳା ଶଲ୍‌ ପିନ୍ଧିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri