Posted inଜାତୀୟ

୮ ଜଣଙ୍କୁ କୀର୍ତ୍ତିଚକ୍ର, ୨୯ଙ୍କୁ ଶୌର୍ଯ୍ୟଚକ୍ର ମିଳିଲା

ନୂଆଦିଲ୍ଲୀ,୧୦।୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ସେନା, ଅର୍ଦ୍ଧ ସାମରିକ ବଳ ଏବଂ ପୋଲିସ ବିଭାଗର ୮ ଜଣଙ୍କୁ କୀର୍ତ୍ତିଚକ୍ର ପୁରସ୍କାର ପ୍ରଦାନ କରିଛନ୍ତି। କୀର୍ତ୍ତିଚକ୍ର ଦେଶର ଦ୍ୱିତୀୟ ବୃହତ୍ତମ ସମ୍ମାନ। ସଶସ୍ତ୍ର ବଳର ସୁପ୍ରିମ କମାଣ୍ଡର ଦ୍ରୌପଦୀ ମୁର୍ମୁ ୨୯ ଜଣଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନିତ କରିଛନ୍ତି। ଏ ନେଇ ରାଷ୍ଟ୍ରପତି ଭବନରେ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇଛି। ସୀମା ସୁରକ୍ଷା ବଳର କନ୍‌ଷ୍ଟେବଲ୍‌/ଡିଜି ସୁଦୀପ ସରକାର, ଜମ୍ମୁ-କଶ୍ମୀର ପୋଲିସର ସର୍ଜେଣ୍ଟ କନଷ୍ଟେବଲ୍‌ ରୋହିତ କୁମାରଙ୍କ ସମେତ ଆର୍ମି ରାଷ୍ଟ୍ରୀୟ ରାଇଫଲର ୩ ସେନା ଅଧିକାରୀଙ୍କୁ କୀର୍ତ୍ତି ଚକ୍ର ପ୍ରଦାନ କରାଯାଇଥିବାବେଳେ ଜଣେ ସବ୍‌ ଇନ୍‌ସ୍ପେକ୍ଟର, ୨ ହେଡ୍‌ କନ୍‌ଷ୍ଟେବଲ୍‌ଙ୍କୁ ମରଣୋତ୍ତର କୀର୍ତ୍ତି ଚକ୍ରରେ ସମ୍ମାନିତ କରାଯାଇଛି। କର୍ମଚାରୀଙ୍କୁ ନିଜ ସାହସିକତା ପାଇଁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଥାଏ।
ଜମ୍ମୁ-କଶ୍ମୀରର ଲାଇଟ୍‌ ଇନ୍‌ଫାଣ୍ଟ୍ରିର ୪୪ ବାଟାଲିୟନ୍‌ର ରାଇଫଲ ମ୍ୟାନ୍‌ ଔରଙ୍ଗଜେବଙ୍କୁ ମରଣୋତ୍ତର ଶୌର୍ଯ୍ୟଚକ୍ର ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୮ ସ୍ବାଧୀନତା ଦିବସ ଅବସରରେ ଶୌର୍ଯ୍ୟଚକ୍ର ପ୍ରଦାନ କରାଯିବାକୁ ଥିବା ନାମ ତାଲିକା ଘୋଷଣା କରାଯାଇଥିଲା। ରାଷ୍ଟ୍ରୀୟ ରାଇଫଲ୍ସର ସିପାହୀ କର୍ଣ୍ଣ ଭୀର ସିଂ ଏବଂ ଗନର ଜସବୀର ସିଂ ଏବଂ କନ୍‌ଷ୍ଟେବଲ ମୁଦାସିର ଅହମଦ ଶେଖ, ନାଏକ ଜସବୀର ସିଂଙ୍କୁ ମରଣୋତ୍ତର ଶୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri