Posted inଜାତୀୟ

୮ ଜଣଙ୍କୁ କୀର୍ତ୍ତିଚକ୍ର, ୨୯ଙ୍କୁ ଶୌର୍ଯ୍ୟଚକ୍ର ମିଳିଲା

ନୂଆଦିଲ୍ଲୀ,୧୦।୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ସେନା, ଅର୍ଦ୍ଧ ସାମରିକ ବଳ ଏବଂ ପୋଲିସ ବିଭାଗର ୮ ଜଣଙ୍କୁ କୀର୍ତ୍ତିଚକ୍ର ପୁରସ୍କାର ପ୍ରଦାନ କରିଛନ୍ତି। କୀର୍ତ୍ତିଚକ୍ର ଦେଶର ଦ୍ୱିତୀୟ ବୃହତ୍ତମ ସମ୍ମାନ। ସଶସ୍ତ୍ର ବଳର ସୁପ୍ରିମ କମାଣ୍ଡର ଦ୍ରୌପଦୀ ମୁର୍ମୁ ୨୯ ଜଣଙ୍କୁ ଶୌର୍ଯ୍ୟଚକ୍ର ସମ୍ମାନରେ ସମ୍ମାନିତ କରିଛନ୍ତି। ଏ ନେଇ ରାଷ୍ଟ୍ରପତି ଭବନରେ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିବା ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ଦେଇଛି। ସୀମା ସୁରକ୍ଷା ବଳର କନ୍‌ଷ୍ଟେବଲ୍‌/ଡିଜି ସୁଦୀପ ସରକାର, ଜମ୍ମୁ-କଶ୍ମୀର ପୋଲିସର ସର୍ଜେଣ୍ଟ କନଷ୍ଟେବଲ୍‌ ରୋହିତ କୁମାରଙ୍କ ସମେତ ଆର୍ମି ରାଷ୍ଟ୍ରୀୟ ରାଇଫଲର ୩ ସେନା ଅଧିକାରୀଙ୍କୁ କୀର୍ତ୍ତି ଚକ୍ର ପ୍ରଦାନ କରାଯାଇଥିବାବେଳେ ଜଣେ ସବ୍‌ ଇନ୍‌ସ୍ପେକ୍ଟର, ୨ ହେଡ୍‌ କନ୍‌ଷ୍ଟେବଲ୍‌ଙ୍କୁ ମରଣୋତ୍ତର କୀର୍ତ୍ତି ଚକ୍ରରେ ସମ୍ମାନିତ କରାଯାଇଛି। କର୍ମଚାରୀଙ୍କୁ ନିଜ ସାହସିକତା ପାଇଁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଥାଏ।
ଜମ୍ମୁ-କଶ୍ମୀରର ଲାଇଟ୍‌ ଇନ୍‌ଫାଣ୍ଟ୍ରିର ୪୪ ବାଟାଲିୟନ୍‌ର ରାଇଫଲ ମ୍ୟାନ୍‌ ଔରଙ୍ଗଜେବଙ୍କୁ ମରଣୋତ୍ତର ଶୌର୍ଯ୍ୟଚକ୍ର ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୮ ସ୍ବାଧୀନତା ଦିବସ ଅବସରରେ ଶୌର୍ଯ୍ୟଚକ୍ର ପ୍ରଦାନ କରାଯିବାକୁ ଥିବା ନାମ ତାଲିକା ଘୋଷଣା କରାଯାଇଥିଲା। ରାଷ୍ଟ୍ରୀୟ ରାଇଫଲ୍ସର ସିପାହୀ କର୍ଣ୍ଣ ଭୀର ସିଂ ଏବଂ ଗନର ଜସବୀର ସିଂ ଏବଂ କନ୍‌ଷ୍ଟେବଲ ମୁଦାସିର ଅହମଦ ଶେଖ, ନାଏକ ଜସବୀର ସିଂଙ୍କୁ ମରଣୋତ୍ତର ଶୌର୍ଯ୍ୟଚକ୍ର ସମ୍ମାନ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri