୨୫ରୁ ୩ ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ବର, ୧୮ା୭(ସୁନିତ୍‌ ମିଶ୍ର):ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ବିଭିନ୍ନ କାର୍ଯ୍ୟକ୍ରମରେ ସେ ଯୋଗଦେବାକୁ ଥିବା ପରିପ୍ରେକ୍ଷୀରେ ସୋମବାର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ ରାଷ୍ଟ୍ରପତିଙ୍କ ଓଡ଼ିଶାରେ ରହିଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଛନ୍ତି। ସବୁ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହକୁ ସୁନିଶ୍ଚିତ କରିବା ପାଇଁ ଶକ୍ତି ବିଭାଗ, ଟିପିସିଓଡିଏଲ୍‌, ଟିପିଏନଓଡିଏଲ୍‌କୁ ଭଲଭାବେ ତଦାରଖ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମସ୍ତ କାର୍ଯ୍ୟକ୍ରମ ସ୍ଥଳକୁ ବିଦ୍ୟୁତ୍‌ ଯୋଗାଣ ବ୍ୟବସ୍ଥା ଯାଞ୍ଚ ନିମନ୍ତେ ସମ୍ପୃକ୍ତ ଅଭିଜ୍ଞ ନିର୍ବାହୀ ଯନ୍ତ୍ରୀମାନେ ଉପସ୍ଥିତ ରହିବେ। ଯଥେଷ୍ଟ ସଂଖ୍ୟକ ଜେନେରେଟର ମହଜୁଦ ରଖିବା ସହ ସେସବୁର କାର୍ଯ୍ୟକ୍ଷମ ବ୍ୟବସ୍ଥାକୁ ସୁନିଶ୍ଚିତ କରାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ସୂଚନା ଦିଆଯାଇପାରେ ଗତଥର ରାଷ୍ଟ୍ରପତି ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭାଷଣ ଦେବା ସମୟରେ ବିଦ୍ୟୁତ୍‌ କଟିଯାଇଥିଲା, ଏଥିଲାଗି ସରକାରଙ୍କୁ ଚାରିଆଡୁ ଭର୍ତ୍ସନାର ଶିକାର ହେବାକୁ ପଡ଼ିଥିଲା। ଏଥର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ସମୟରେ ଯେପରି କୌଣସି ସମସ୍ୟା ନ ଉପୁଜେ ସେଥିପ୍ରତି ବିଶେଷ ଧ୍ୟାନ ଦେବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ଗୃହ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ସନ୍ତୋଷ ବାଲା ରାଷ୍ଟ୍ରପତିଙ୍କ ଗସ୍ତ ସମ୍ପର୍କିତ ପ୍ରସ୍ତୁତି ସମ୍ପର୍କରେ ତଥ୍ୟ ରଖି କହିଛନ୍ତି ଯେ, ରାଷ୍ଟ୍ରପତି ୨୫ ତାରିଖରେ ରାଜଭବନଠାରେ ଓଡ଼ିଶାର ଆପଦଗ୍ରସ୍ତ ଜନଜାତି ଗୋଷ୍ଠୀ(ପିଭିଟିଜି) ପ୍ରତିନିଧିଙ୍କ ସହିତ ସାକ୍ଷାତ୍‌ ଆଲୋଚନା କରିବେ। ୨୬ରେ କଟକର ଚଣ୍ଡୀ ମନ୍ଦିର, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ବାସଭବନ ଏବଂ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ। ଏହିଦିନ କଟକ ଉଚ୍ଚ ନ୍ୟାୟାଳୟର ୭୫ତମ ପ୍ରତିଷ୍ଠା ଦିବସର ପୂର୍ତ୍ତି ଉତ୍ସବ, ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, କଟକର ସମାବର୍ତ୍ତନ ଉତ୍ସବ, ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲର ବାର୍ଷିକୋତ୍ସବରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ୨୭ରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ୍‌ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ। ସେହିପରି ୨୭ରେ ରାଷ୍ଟ୍ରପତି ଭଦ୍ରକ ସ୍ବୟଂ ଶାସିତ ମହାବିଦ୍ୟାଳୟର ପ୍ଲାଟିନମ୍‌ ଜୁବ୍‌ଲିରେ ଯୋଗଦେବାର କାର୍ଯ୍ୟକ୍ରମ ଥିଲେ ହେଁ ଶେଷ ମୁହୂର୍ତ୍ତରେ କଲେଜ କର୍ତ୍ତୃପକ୍ଷ ଓ ଜୟନ୍ତୀ କମିଟି ପକ୍ଷରୁ ଏହି ଉତ୍ସବ ଘୁଞ୍ଚତ୍ବା ନେଇ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।
ବୈଠକରେ ଶକ୍ତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ପୋଲିସ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂଶଲ, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର, ଭୁବନେଶ୍ୱର-କଟକ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ସ୍ବାସ୍ଥ୍ୟ ବିଭାଗ କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତଙ୍କ ସମେତ ରାଜ୍ୟ ପ୍ରଶାସନର ସମ୍ପୃକ୍ତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri