କଣ୍ଟିଲୋ ନୀଳମାଧବଙ୍କୁ ପୂଜା କଲେ ରାଷ୍ଟ୍ରପତି

ନୟାଗଡ଼,୨୪।୩(ଲୋକନାଥ ମିଶ୍ର): ସୋମବାର ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଭୁବନେଶ୍ୱର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ନିକଟ ହେଲିପ୍ୟାଡରେ ଓହ୍ଲାଇଥିଲେ। ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ପରେ ରାଷ୍ଟ୍ରପତି ନୀଳମାଧବଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ। ସେ ମନ୍ଦିର ଉପରୁ ମହାନଦୀର ପ୍ରାକୃତିକ ସୌନ୍ଦର୍ଯ୍ୟ ଉପଭୋଗ କରିଥିଲେ। ଏହି ଅବସରରେ କଣ୍ଟିଲୋରେ ରାଷ୍ଟ୍ରପତିଙ୍କୁ ସେବାୟତ ସଂଘ ପକ୍ଷରୁ ଉପଢୌକନ ଓ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା।

ପରେ ରାଷ୍ଟ୍ରପତି ଭାପୁର ବ୍ଲକ କାଳିଆପଲ୍ଲୀରେ ଭାରତୀୟ ବିଶ୍ୱାବସୁ ଶବର ସମାଜ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ବିଶ୍ୱ ଶାନ୍ତି ମହାଯଜ୍ଞରେ ଯୋଗଦେଇ ପୂର୍ଣ୍ଣାହୁତି ଦେଇଥିଲେ। ଏହି ଅବସରରେ କାଳିଆପଲ୍ଲୀ ଗାଁରେ ଭାରତୀୟ ବିଶ୍ୱାବସୁ ସମାଜ ଫାଉଣ୍ଡେଶନର ପ୍ରତିଷ୍ଠା ଦିବସ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜୟ ଜଗନ୍ନାଥ, ଜୟ ନୀଳମାଧବ, ଜୟ ବିଶ୍ୱାବସୁ କହି ଅଭିଭାଷଣ ପ୍ରଦାନ କରିଥିଲେ।

କାର୍ଯ୍ୟକ୍ରମରେ ରାଜ୍ୟପାଳ ହରି ବାବୁ କୁମ୍ଭମ୍‌ପାଟି, ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ବାଇଁ, ଭାରତୀୟ ବିଶ୍ୱାବସୁ ଶବର ସମାଜ ପ୍ରତିଷ୍ଠାନର ସଭାପତି ହୃଷୀକେଶ ବେହୁରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri