Posted inଜାତୀୟ

ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୧୦: ଦୀପାବଳି ଅବସରରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଟୁଇଟ କରି କହିଛନ୍ତି ଯେ ସମସ୍ତ ଦେଶବାସୀଙ୍କୁ ଦୀପାବଳିର ଶୁଭେଚ୍ଛା! ଆଲୋକ ଏବଂ ଆନନ୍ଦର ଏହି ପବିତ୍ର ପର୍ବରେ, ଆସନ୍ତୁ ଜ୍ଞାନ ଏବଂ ଶକ୍ତିର ପ୍ରଦୀପ ପ୍ରଜ୍ୱଳିତ କରି ଜୀବନରେ ସୁଖ ଶାନ୍ତି ଆଣିବାକୁ ଚେଷ୍ଟା କରିବା। ଏହି ପବିତ୍ର ପର୍ବରେ ମୁଁ ସମସ୍ତ ଦେଶବାସୀଙ୍କ ଜୀବନରେ ସୁଖ ଏବଂ ସମୃଦ୍ଧି ପାଇଁ ପ୍ରାର୍ଥନା କରୁଛି ।

ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି କହିଛନ୍ତି ସମସ୍ତଙ୍କୁ ଦୀପାବଳି ଶୁଭେଚ୍ଛା। ଦୀପାବଳି ଉଜ୍ଜ୍ୱଳତା ଏବଂ ଆଲୋକ ସହିତ ଜଡିତ। ଏହି ପବିତ୍ର ପର୍ବ ଆମ ଜୀବନରେ ସୁଖ ଏବଂ ସମୃଦ୍ଧିକୁ ଆଗକୁ ବଢ଼ାଉ ବୋଲି ମୋର କାମନା।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ପ୍ରଦର୍ଶନ ଉପରେ ମୋଦିଙ୍କ ନଜର, କ୍ୟାବିନେଟ୍ ଅଦଳବଦଳ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬ା୯: ମନ୍ତ୍ରୀମାନଙ୍କ କାର୍ଯ୍ୟଧାରା ଓ ବିଭିନ୍ନ ମନ୍ତ୍ରଣାଳୟର ପ୍ରଦର୍ଶନକୁ ନେଇ ସୋମବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ବୈଠକରେ ଅଧ୍ୟକ୍ଷତା…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

TVK ନେତାଙ୍କୁ ବୀଭତ୍ସ ହତ୍ୟା, କାର୍ଯ୍ୟାଳୟକୁ ଯାଉଥିବା ବେଳେ ହାଣିଦେଲେ

ଚେନ୍ନାଇ,୬।୯: ତାମିଲନାଡୁର ଚେନ୍ନାଇରେ ଜଣେ ବ୍ୟକ୍ତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି । ମୃତକଙ୍କ ନାମ କନ୍ନନ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, କନ୍ନନ ନିକଟରେ ଶାସକ…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri