Posted inଜାତୀୟ

ବଡ଼ଦିନରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୫।୧୨ : ବଡ଼ଦିନ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନକର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ମୁର୍ମୁ କହିଛନ୍ତି, ଏହି ଦିନ ଆମେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କରୁଣା ଏବଂ ବଳିଦାନର ବାର୍ତ୍ତା ସ୍ମରଣ କରିଥାଉ। ଏହି ପର୍ବ ଆମକୁ ପରସ୍ପର ପ୍ରତି ଦୟା ଏବଂ ଭଲପାଇବା ଅନୁଭବ କରିବାକୁ ପ୍ରେରଣା ଦିଏ। ଆସନ୍ତୁ ସଭିଏଁ ଆମ ଜୀବନରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପବିତ୍ର ଆଦର୍ଶ ଏବଂ ଶିକ୍ଷା ଗ୍ରହଣ କରିବାକୁ ଏକ ପ୍ରତିଶ୍ରୁତି ନେବା। ଖ୍ରୀଷ୍ଟମାସ ଅବସରରେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ଖ୍ରୀଷ୍ଟିଆନ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି।

ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଏହି ବିଶେଷ ଦିନ ଆମ ସମାଜରେ ସୌହାର୍ଦ୍ଦ୍ୟ ଏବଂ ଆନନ୍ଦର ଭାବନାକୁ ବଢ଼ାଇ ଦେଇଥାଏ। ସେ ଟୁଇଟ କରି କହିଛନ୍ତି, ଆମେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତାଙ୍କର ଉତ୍ତମ ଚିନ୍ତାଧାରା ଏବଂ ସମାଜ ପ୍ରତି ସେବା ପାଇଁ ସ୍ମରଣ କରିଥାଉ।

ଖ୍ରୀଷ୍ଟମାସ ଅବସରରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି, ଖ୍ରୀଷ୍ଟମାସ ପର୍ବ ଆମକୁ ଭାଇଚାରା, ସହନଶୀଳତା ଏବଂ ପରସ୍ପର ପ୍ରତି ଥିବା ପ୍ରେମକୁ ସୁଦୃଢ଼ କରିବାକୁ ଶିଖାଇଥାଏ। ଏହି ଆନନ୍ଦ ଉତ୍ସବ ସମସ୍ତଙ୍କ ପାଇଁ ସୁଖ ଏବଂ ସମୃଦ୍ଧତା ଆଣୁ।

ବଡ଼ଦିନ ଅବସରରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାର ସବୁଠାରୁ ପବିତ୍ର ରୋଜାରୀର କ୍ୟାଥେଡ୍ରାଲରେ ପହଞ୍ଚି ସେଠାରେ ପ୍ରାର୍ଥନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri