Posted inଜାତୀୟ

ମନମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ ହଠାତ୍‌ ସଜ୍ଞାହୀନ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସର ଏମର୍ଜେନ୍ସି ବିଭାଗରେ ଭର୍ତ୍ତି କରାଯାଇଥିଲା। ଡାକ୍ତରୀ ଦଳର ତମାମ ଉଦ୍ୟମ ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇପାରିଲା ନାହିଁ। ସେ ରାତି ୯ଟା ୧୫ ମିନିଟରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି ବୋଲି ଏମ୍ସ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି।

୧୯୩୨ ସେପ୍ଟେମ୍ବର ୨୬ରେ ତତ୍କାଳୀନ ବ୍ରିଟିଶ୍‌ ଇଣ୍ଡିଆର ପଞ୍ଜାବ(ଅଧୁନା ପାକିସ୍ତାନ)ର ଏକ ପଞ୍ଜାବୀ ପରିବାରରେ ମନମୋହନ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଗୁର୍‌ମୁଖ ସିଂ ଓ ମା’ ଅମୃତ କୌର। ପିଲାଟି ଦିନରୁ ମା’ଙ୍କୁ ହରାଇବା ପରେ ମନମୋହନଙ୍କୁ ତାଙ୍କ ଜେଜେମା’ ଲାଳନପାଳନ କରିଥିଲେ।

India mourns the loss of one of its most distinguished leaders, Dr. Manmohan Singh Ji. Rising from humble origins, he rose to become a respected economist. He served in various government positions as well, including as Finance Minister, leaving a strong imprint on our economic… pic.twitter.com/clW00Yv6oP

— Narendra Modi (@narendramodi) December 26, 2024


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri