Posted inଜାତୀୟ

ମନମୋହନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ଗୁରୁବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।

ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ ହଠାତ୍‌ ସଜ୍ଞାହୀନ ହୋଇଯାଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସର ଏମର୍ଜେନ୍ସି ବିଭାଗରେ ଭର୍ତ୍ତି କରାଯାଇଥିଲା। ଡାକ୍ତରୀ ଦଳର ତମାମ ଉଦ୍ୟମ ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇପାରିଲା ନାହିଁ। ସେ ରାତି ୯ଟା ୧୫ ମିନିଟରେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି ବୋଲି ଏମ୍ସ ପକ୍ଷରୁ ଜାରି ଏକ ବିବୃତିରେ କୁହାଯାଇଛି।

୧୯୩୨ ସେପ୍ଟେମ୍ବର ୨୬ରେ ତତ୍କାଳୀନ ବ୍ରିଟିଶ୍‌ ଇଣ୍ଡିଆର ପଞ୍ଜାବ(ଅଧୁନା ପାକିସ୍ତାନ)ର ଏକ ପଞ୍ଜାବୀ ପରିବାରରେ ମନମୋହନ ଜନ୍ମ ଗ୍ରହଣ କରିଥିଲେ। ତାଙ୍କ ବାପାଙ୍କ ନାମ ଗୁର୍‌ମୁଖ ସିଂ ଓ ମା’ ଅମୃତ କୌର। ପିଲାଟି ଦିନରୁ ମା’ଙ୍କୁ ହରାଇବା ପରେ ମନମୋହନଙ୍କୁ ତାଙ୍କ ଜେଜେମା’ ଲାଳନପାଳନ କରିଥିଲେ।

India mourns the loss of one of its most distinguished leaders, Dr. Manmohan Singh Ji. Rising from humble origins, he rose to become a respected economist. He served in various government positions as well, including as Finance Minister, leaving a strong imprint on our economic… pic.twitter.com/clW00Yv6oP

— Narendra Modi (@narendramodi) December 26, 2024


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହିଦିନ ମିଳିବ ହିତାଧିକାରୀଙ୍କୁ ଭତ୍ତା ଟଙ୍କା!

ଭୁବନେଶ୍ୱର,୧୬।୬: ହିତାଧିକାରୀଙ୍କ ପାଇଁ ଆସିଲା ଖୁସିଖବର। ଖୁବ୍‌ଶୀଘ୍ର ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଯିବ ଭତ୍ତା ଟଙ୍କା । ଏନେଇ ମଙ୍ଗଳବାର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…

ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଲା କେପ୍‌ ଭର୍ଡେ

ଆଟଲାଣ୍ଟା,୧୫ା୬- ବିଶ୍ୱ ମାନ୍ୟତାର ୬୭ତମ ସ୍ଥାନରେ ଥିବା କେପ ଭର୍ଡେ ତା’ର ପଦାର୍ପଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଇତିହାସ ରଚିଛି। ଟୁର୍ନାମେଣ୍ଟର ଅନ୍ୟତମ ଫେଭରିଟ ସ୍ପେନ ବିପକ୍ଷରେ ଖେଳାଯାଇଥିବା…

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri