Posted inଜାତୀୟ

ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୩।୧୨: ପାର୍ଲାମେଣ୍ଟ ଉପରେ ହୋଇଥିବା ଆକ୍ରମଣକୁ ୨୦ ବର୍ଷ ପୂରଣ ହୋଇଛି। ୨୦ ବର୍ଷ ତଳେ ୨୦୦୧ ଡିସେମ୍ବର ୧୩ରେ ଆତଙ୍କବାଦୀଙ୍କ ଦ୍ୱାରା ପାର୍ଲାମେଣ୍ଟ ଉପରେ ଆକ୍ରମଣ ହୋଇଥିଲା। ଜୈଶ୍‌-ଇ-ମହମ୍ମଦ ଏବଂ ଲଶ୍କର-ଇ-ତୋଏବା ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଏହି ଆକ୍ରମଣ ରେ ୯ ଜଣ ସୁରକ୍ଷାକର୍ମୀ ଶହୀଦ୍‌ ହୋଇଥିଲେ। ଶହୀଦ୍‌ଙ୍କୁ ସ୍ମରଣ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଟୁଇଟ କରି କହିଛନ୍ତି ଯେ ୨୦୦୧ ରେ ଏକ ଭୟଙ୍କର ଆତଙ୍କବାଦୀ ଆକ୍ରମଣ ବିରୋଧରେ ବିଶ୍ୱର ସର୍ବବୃହତ ଗଣତନ୍ତ୍ରର ସଂସଦକୁ ସୁରକ୍ଷା ଦେବାକୁ ଯାଇ ନିଜ ଜୀବନକୁ ଉତ୍ସର୍ଗ କରିଥିବା ସାହସୀ ସୁରକ୍ଷାକର୍ମୀଙ୍କୁ ମୁଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି କହିଛନ୍ତି ଯେ ପାର୍ଲାମେଣ୍ଟ ଉପରେ ହୋଇଥିବା ଆକ୍ରମଣ ସମୟରେ ଡ୍ୟୁଟି ଲାଇନରେ ସହିଦ ହୋଇଥିବା ସମସ୍ତ ସୁରକ୍ଷାକର୍ମୀଙ୍କୁ ମୁଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଦେଶ ପାଇଁ ସେମାନଙ୍କର ସେବା ତଥା ସର୍ବୋଚ୍ଚ ବଳିଦାନ ପ୍ରତ୍ୟେକ ନାଗରିକଙ୍କୁ ପ୍ରେରଣା ଯୋଗାଇବ।

ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଟୁଇଟ କରି କହିଛନ୍ତି ଯେ ଭାରତୀୟ ଗଣତନ୍ତ୍ରର ମନ୍ଦିର ସଂସଦ ଭବନ ଉପରେ ଆତଙ୍କବାଦୀ ଆକ୍ରମଣରେ ଦେଶର ଗର୍ବ ରକ୍ଷା କରିବା ପାଇଁ ସର୍ବୋଚ୍ଚ ବଳିଦାନ ଦେଇଥିବା ସୁରକ୍ଷା ବାହିନୀର ସମସ୍ତ ସାହସୀକର୍ମୀଙ୍କ ସାହସ ଏବଂ ବୀରତ୍ୱକୁ ମୁଁ ପ୍ରଣାମ କରୁଛି।

ଶହୀଦ୍‌ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି, ସଂସଦ ଭବନ ଉପରେ ଆକ୍ରମଣ ସମୟରେ ପ୍ରାଣ ହରାଇଥିବା ସାହସୀ ସୁରକ୍ଷା କର୍ମୀଙ୍କୁ ମୁଁ ଶତଶତ ପ୍ରଣାମ ଜଣାଉଛି।

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଟୁଇଟ କରି ଶହୀଦ୍‌ମାନଙ୍କୁ ସ୍ମରଣ କରି କହିଛନ୍ତି, ଆମର ଯବାନମାନେ ଆତଙ୍କବାଦକୁ ଉପଯୁକ୍ତ ଉତ୍ତର ଦେଇଥିଲେ ଏବଂ ଦେଶର ସଂସଦ ଭବନ ଉପରେ ହେବାକୁ ଥିବା ଆକ୍ରମଣକୁ ରୋକିଥିଲେ। ସେମାନଙ୍କର ସାହସ, ବୀରତ୍ୱ ଏବଂ ଉତ୍ସର୍ଗୀକୃତ ସେବାକୁ ଦେଶ ସର୍ବଦା ମନେ ରଖିବ । ମାତୃଭୂମି ସେବାରେ ନିଜ ଜୀବନକୁ ଉତ୍ସର୍ଗ କରିଥିବା ସମସ୍ତ ଯବାନଙ୍କୁ ମୋର ଶ୍ରଦ୍ଧାଞ୍ଜଳି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri