ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି।
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ଓ ପ୍ରସ୍ତୁତିର ସମୀକ୍ଷା କରିଥିଲେ। ସମୀକ୍ଷା ବୈଠକରେ ମୁଖ୍ୟ ସଚିବ, ଡିଜିପି, ଗୃହ ବିଭାଗ ACSଙ୍କ ସହ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ।
ରାଜ୍ୟ ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତିରେ ରାଷ୍ଟ୍ରପତିଙ୍କ ଜନ୍ମମାଟି ରାଇରଙ୍ଗପୁରରେ ଏକ ସଭା ଅନୁଷ୍ଠିତ ହେବ। ୨୦ ତାରିଖରେ ରାଷ୍ଟ୍ରପତିଙ୍କ ଜନ୍ମଦିବସ ସହ ୨ୟ ବର୍ଷ ପୂର୍ତ୍ତି ପାଳନ କରାଯିବ। ୧୯ରେ ରାଷ୍ଟ୍ରପତି ଏବଂ ୨୦ରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସି ସଭାରେ ଯୋଗଦେବେ। ଏହି ଅବସରରେ ହଜାର ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଯନ କାର୍ଯ୍ୟକ୍ରମ ରହିଛି।