Posted inଜାତୀୟ

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ରାହୁଲ-ଶାହା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୭୨ବର୍ଷରେ ପଦାର୍ପଣ କରିଛନ୍ତି। ମୋଦି ନିଜ ଜନ୍ମଦିନ ଅବସରରେ ଦେଶବାସୀଙ୍କୁ ଚିତା ବାଘ ଉପହାର ଭେଟି ଦେଇଛନ୍ତି। ତାଙ୍କ ଜନ୍ମଦିନକୁ ସ୍ବତନ୍ତ୍ର କରିବା ପାଇଁ ଭାଜପା ପକ୍ଷରୁ ଅନେକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି ଅବସରରେ ମୋଦିଙ୍କୁ ସାରା ଦେଶରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଇତିମଧ୍ୟରେ ରାଷ୍ଟ୍ରପତି, ସ୍ବରାଷ୍ଟ୍ରମନ୍ତ୍ରୀ, ପ୍ରତିରକ୍ଷାମନ୍ତ୍ରୀ ଓ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁଇଟ କରି ମୋଦିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି, ଅତୁଳନୀୟ କଠିନ ପରିଶ୍ରମ, ଉର୍ତ୍ସଗୀକୃତ ଓ ସୃଜନଶୀଳତା ସହିତ ରାଷ୍ଟ୍ର ନିର୍ମାଣ ଅଭିଯାନ ମୋଦିଙ୍କ ନେତୃତ୍ୱରେ ଜାରି ରହୁ। ଭଗବାନ ତାଙ୍କୁୁ ଦୀର୍ଘାୟୁ କରିଥାନ୍ତୁ ବୋଲି ଟୁଇଟ କରି ମୁର୍ମୁ କହିଛନ୍ତି। ସେହିପରି ଦେଶର ସବୁଠାରୁ ପ୍ରିୟ ନେତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା। ସେ ଟୁଇଟ କରି ମୋଦିଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘାୟୁ ପାଇଁ କାମନା କରିଛନ୍ତି। ଅନ୍ୟପଟେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ଯୋଗୀ ଆଦିତ୍ୟନାଥ ଓ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ପୁଟିନଙ୍କ ଭାରତ ଗସ୍ତକୁ ନେଇ ଚାଇନା ଦେଲା ଏମିତି ପ୍ରତିକ୍ରିୟା ଆମେରିକାକୁ ଲାଗିବ ବଡ଼ ଝଟକା

ବେଜିଂ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସାମ୍ପ୍ରତିକ ଭାରତ ଗସ୍ତ ପ୍ରତି ଚାଇନା ଏକ ସକାରାତ୍ମକ ମନୋଭାବ ପ୍ରକାଶ କରିଛି, କହିଛି ଯେ ଭାରତ, ଚାଇନା...

ଏଇ ଭାରତରେ

ଉତ୍ତରପ୍ରଦେଶର ଧୀରଜ ବର୍ମା ଟିଭି ଶୋ’ ଦେଖି ଷ୍ଟ୍ରବେରି ଚାଷ ଆରମ୍ଭକରି ଜଣେ ସଫଳ ଚାଷୀ ହୋଇପାରିଛନ୍ତି। ସେ ବିନା ମାଟି ଅର୍ଥାତ୍‌ କେବଳ ପାଣି...

ଜୀବନ୍ତ ଗ୍ରହର ଜୀବନ ରହସ୍ୟ

ପୃଥିବୀକୁ ମିଶେଇ ଆଠଟା ଗ୍ରହ, ପ୍ଲୁଟୋକୁ ମିଶେଇ ୫ଟା ବାମନଗ୍ରହ, ଚନ୍ଦ୍ରକୁ ମିଶେଇ ଶହ ଶହ ଉପଗ୍ରହ, ଗ୍ରହାଣୁପୁଞ୍ଜ, ଅଗଣିତ ଛୋଟବଡ଼ ପିଣ୍ଡ ଏବଂ ବିଶାଳକାୟ...

ଶିଶୁ ଅନୁକୂଳ ପାଠାଗାର

ଜାତୀୟ ଶିକ୍ଷାନୀତିି ୨୦୨୦ରେ ଏବଂ ଜାତୀୟ ପାଠ୍ୟ ଖସଡ଼ା ୨୦୨୨ରେ ପ୍ରାକ୍‌-ପ୍ରାଥମିକ ଶିକ୍ଷାରେ ଇମରଜେଣ୍ଟ ଲିଟେରାସି ବା ଅଙ୍କୁରିତ ସାକ୍ଷରତା, ଇମରଜେଣ୍ଟ ରିଡିଂ ବା ଅଙ୍କୁରିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri