Posted inଜାତୀୟ

ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ରାହୁଲ-ଶାହା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ୭୨ବର୍ଷରେ ପଦାର୍ପଣ କରିଛନ୍ତି। ମୋଦି ନିଜ ଜନ୍ମଦିନ ଅବସରରେ ଦେଶବାସୀଙ୍କୁ ଚିତା ବାଘ ଉପହାର ଭେଟି ଦେଇଛନ୍ତି। ତାଙ୍କ ଜନ୍ମଦିନକୁ ସ୍ବତନ୍ତ୍ର କରିବା ପାଇଁ ଭାଜପା ପକ୍ଷରୁ ଅନେକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ଏହି ଅବସରରେ ମୋଦିଙ୍କୁ ସାରା ଦେଶରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଇତିମଧ୍ୟରେ ରାଷ୍ଟ୍ରପତି, ସ୍ବରାଷ୍ଟ୍ରମନ୍ତ୍ରୀ, ପ୍ରତିରକ୍ଷାମନ୍ତ୍ରୀ ଓ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଟୁଇଟ କରି ମୋଦିଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ସେ ଲେଖିଛନ୍ତି, ଅତୁଳନୀୟ କଠିନ ପରିଶ୍ରମ, ଉର୍ତ୍ସଗୀକୃତ ଓ ସୃଜନଶୀଳତା ସହିତ ରାଷ୍ଟ୍ର ନିର୍ମାଣ ଅଭିଯାନ ମୋଦିଙ୍କ ନେତୃତ୍ୱରେ ଜାରି ରହୁ। ଭଗବାନ ତାଙ୍କୁୁ ଦୀର୍ଘାୟୁ କରିଥାନ୍ତୁ ବୋଲି ଟୁଇଟ କରି ମୁର୍ମୁ କହିଛନ୍ତି। ସେହିପରି ଦେଶର ସବୁଠାରୁ ପ୍ରିୟ ନେତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା। ସେ ଟୁଇଟ କରି ମୋଦିଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଦୀର୍ଘାୟୁ ପାଇଁ କାମନା କରିଛନ୍ତି। ଅନ୍ୟପଟେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ଯୋଗୀ ଆଦିତ୍ୟନାଥ ଓ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସମେତ ଅନ୍ୟ ବରିଷ୍ଠ ନେତାମାନେ ମଧ୍ୟ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri