Posted inଜାତୀୟ

ସରୋଗେସି ଆଇନକୁ ଅନୁମତି: ଏହାକୁ ନେଇ ଆଉ ହୋଇପାରିବନି ବ୍ୟବସାୟ

ନୂଆଦିଲ୍ଲୀ,୨୭ ।୧୨: ରାଷ୍ଟ୍ରପତି ରାମନାଥ କୋବିନ୍ଦ ସରୋଗେସି ଅଧିନିୟମ ୨୦୨୧କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଶନିବାର ରାଷ୍ଟ୍ରପତି ଏହାକୁ ମଞ୍ଜୁରୀ ବେଦା ସହ ଗେଜେଟ ପ୍ରକାଶ ପରେ ଏହା ଲାଗୁ ହୋଇଯାଇଛି । ଏଥିରେ ସରୋଗେସିକୁ ମାନ୍ୟତା ଦେବା ଓ ଏହାର ବ୍ୟବସାୟୀକରଣକୁ ବେଆଇନ କରିବାର ପ୍ରାବଧାନ ରହିଛି । ବେଆଇନ ଭାବେ ଯେଉଁମାନେ ଏହାର ବ୍ୟବସାୟ କରୁଥିଲେ ଏବେ ଏହା ଉପରେ ଅଙ୍କୁଶ ଲାଗିବ । ଏହା ମାଧ୍ୟମରେ କେବଳ ମାତୃତ୍ୱ ପ୍ରାପ୍ତ କରିବାକୁ ସରୋଗେସିକୁ ଅନୁମତି ମିଳିବ । ଏଥିରେ ସରୋଗେଟ ମା’ଙ୍କୁ ଗର୍ଭଧାରଣ ସମୟରେ ଚିକିତ୍ସା ଖର୍ଚ୍ଚ ଓ ବୀମା କଭରେଜ ବ୍ୟତୀତ ଅନ୍ୟ କୌଣସି ଆର୍ଥିକ ସାହାଯ୍ୟ ମିଳିବ ନାହିଁ । ତେବେ ଚିକିତ୍ସା ଆଧାରରେ ଯେଉଁମାନେ ସନ୍ତାନ ପ୍ରସବ କରିବାକୁ ସକ୍ଷମ ନ ହୋଇଥିବେ କେବଳ ସେହିମାନଙ୍କୁ ସରୋଗେସି ପାଇଁ ଅନୁମତି ମିଳିବ । ପୂର୍ବରୁ ଏହାକୁ ବ୍ୟବସାୟ ଭାବେ ବ୍ୟବହାର କରାଯାଉଥିବା ବେଳେ ଏବେ ଏହା ଉପରେ ଅଙ୍କୁଶ ଲାଗି ପାରିବ । ଏହି ଆଇନ ମାଧ୍ୟମରେ ସନ୍ତାନ ଜନ୍ମ ପରେ ବିକ୍ରି କରିବା , ବେଶ୍ୟା ବୃତ୍ତି କରିବା ଓ ଅନ୍ୟ ପ୍ରକାର ଶୋଷଣ ଉପରେ ପ୍ରତିବନ୍ଧକ ଲାଗିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri