Posted inଜାତୀୟ

୪ଦିନିଆ ଚେନ୍ନାଇ ଗସ୍ତରେ ରାଷ୍ଟ୍ରପତି

ଚେନ୍ନାଇ,୨।୮: ସୋମବାର ଚେନ୍ନାଇରେ ପହଞ୍ଚିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୪ଦିନିଆ ତାମିଲନାଡୁରେ ଗସ୍ତରେ ଅଛନ୍ତି ରାଷ୍ଟ୍ରପତି କୋବିନ୍ଦ। ସୋମବାର ସେ ତାମିଲନାଡୁ ବିଧାନସଭାର ଶତବାର୍ଷିକୀ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। କାର୍ଯ୍ୟସୂଚୀ ଅନୁଯାୟୀ ରାମନାଥ କୋବିନ୍ଦ ଦ୍ୱିପ୍ରହର ୧୨.୪୫ରେ ଚେନ୍ନାଇରେ ପହଞ୍ଚି ସିଧାସଳଖ ରାଜଭବନକୁ ଯିବେ। ଏହାପରେ ସନ୍ଧ୍ୟା ୫ଟାରେ ତାମିଲନାଡୁ ବିଧାନସଭାର ଶତବାର୍ଷିକୀ ଉତ୍ସବରେ ସେ ଯୋଗଦେବେ। ଯାହାକୁ ପୂର୍ବରୁ ମାଡ୍ରାସ ବିଧାନ ପରିଷଦ ବୋଲି କୁଯାହାଉଥିଲା। ଏହି ଅବସରରେ ରାମନାଥ କୋବିନ୍ଦ ଚେନ୍ନାଇର ଫୋର୍ଟ ସେଣ୍ଟ ଜର୍ଜ ସ୍ଥିତ ବିଧାନସଭା ପରିସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଏମ କରୁଣାନିଧିଙ୍କ ଫଟୋକୁ ଉନ୍ମୋଚନ କରିବେ। ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି କୋବିନ୍ଦଙ୍କ ସମେତ ରାଜ୍ୟପାଳ ବନୱାରିଲାଲ ପୁରୋହିତ, ଅଧ୍ୟକ୍ଷ ଏମ୍‌.ଆପାବୁ ଏବଂ ମୁଖ୍ୟମନ୍ତ୍ରୀ ଏମ୍‌.କେ ଷ୍ଟାଲିନ ମଧ୍ୟ ସାମିଲ ହେବେ। ସୂଚନାଯୋଗ୍ୟ, ଅଗଷ୍ଟ୬ ପର୍ଯ୍ୟନ୍ତ ତାମିଲନାଡୁରେ ରହିବେ ରାଷ୍ଟ୍ରପତି। ଅଗଷ୍ଟ ୪ରେ ରାଷ୍ଟ୍ରପତି ୱେଲିଂଟନ୍‌ରେ ଥିବା ଡିଫେନ୍ସ ସର୍ଭିସେସ୍‌ ଷ୍ଟାଫ୍‌ କଲେଜକୁ ପରିଦର୍ଶନ କରିବା ସହ ୭୭ତମ ଷ୍ଟାଫ୍‌ ପାଠ୍ୟକ୍ରମର ଛାତ୍ର ଅଧିକାରୀମାନଙ୍କୁ ସମ୍ବୋଧିତ କରିବେ। ତେବେ ଏହି ଗସ୍ତ ସମୟରେ ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ କମାଣ୍ଡୋ ସୁରକ୍ଷା ସମେତ ୫ହଜାର ପୋଲିସ ମୁତୟନ କରାଯାଇଛି। ଏଥିସହ ରାଷ୍ଟ୍ରପତିଙ୍କ ପାଇଁ ପାଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ପୋଲିସ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri