Posted inଜାତୀୟ

୪ ଦିନିଆ ୟୁପି ଗସ୍ତରେ ରାଷ୍ଟ୍ରପତି

ଲକ୍ଷ୍ନୌ,୩।୬:  ୪ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏ ନେଇ ରାଷ୍ଟ୍ରପତି ସେକ୍ରେଟେରିଏଟ ତରଫରୁ ସୂଚନା ଦିଆଯାଇଛି। ରାଷ୍ଟ୍ରପତି ଉତ୍ତରପ୍ରଦେଶ ପହଞ୍ଚି ପ୍ରଥମ ଦିନରେ ତାଙ୍କ ଜନ୍ମମାଟି ପାରାଉଖ କାନପୁର ଦେହାଟ ଯିବେ । ସେଠାରେ ଏକ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପରେ ଉତ୍ତରପ୍ରଦେଶ କାନପୁରର ମରଚାଣ୍ଟ ଚାମ୍ବରର ୯୦ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ସେହିଦିନ ଗୋରଖପୁରରେ ଥିବା ଗୀତା ପ୍ରେସର ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ସୂଚନା ମିଳିଛି । ସେହିପରି ଜୁନ ୫ ତାରିଖରେ ରାଷ୍ଟ୍ରପତି ମଗହରରେ ସନ୍ଥ କବୀର ଦାସଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ ଏବଂ ସନ୍ଥକବୀର ଏକାଡେମୀର ଉଦ୍‌ଘାଟନ କରିବେ । ଏହା ପରେ ୬ ତାରିଖରେ ଉତ୍ତରପ୍ରଦେଶ ବିଧାନମଣ୍ଡଳରେ ଏକ ସ୍ବତନ୍ତ୍ର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଉତ୍ତରପ୍ରଦେଶ ଗସ୍ତ କରିବେ ।

ଅନ୍ୟପଟେ, ଆଜି ପୂର୍ବାହ୍ନ ୧୧ଟାରେ ଉତ୍ତରପ୍ରଦେଶରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଲକ୍ଷ୍ନୌର ଇନ୍ଦିରା ଗାନ୍ଧୀ ପ୍ରତିଷ୍ଠାନରେ ୟୁପି ନିବେଶକ ସମ୍ମିଳନୀର ଗ୍ରାଉଣ୍ଡ ବ୍ରେକିଂ ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେଠାରେ ୮୦ ହଜାର କୋଟିରୁ ଅଧିକ ମୂଲ୍ୟର ୧୪୦୬ଟି ପ୍ରକଳ୍ପର ଶିଳାନ୍ୟାସ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri