Posted inଜାତୀୟ

ସିଡିଏସ୍‌ ବିପିନ ରାଓ୍ବତଙ୍କୁ ମରଣୋତ୍ତର ସମ୍ମାନ

ନୂଆଦିଲ୍ଲୀ,୨୧।୩: ଦେଶର ପ୍ରଥମ ସିଡିଏସ୍‌ ସ୍ବର୍ଗତ ଜେନେରାଲ ବିପିନ ରାୱତଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣରେ ସମ୍ମାନିତ କରାଯାଇଛି। ସୋମବାର ରାଷ୍ଟ୍ରପତି ଭବନରେ ଚଳିତ ବର୍ଷର ପଦ୍ମ ପୁରସ୍କାର ଆୟୋଜିତ ହୋଇଥିଲା। ଏହି ସମାରୋହରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ସ୍ବର୍ଗତ ବିପିନ ରାୱତଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣରେ ସମ୍ମାନରେ ସମ୍ମାନିତ କରିଥିଲେ। ବିପିନ ରାଓ୍ବତଙ୍କ ଦୁଇ ଝିଅ କୃତିକା ଏବଂ ତାରିଣୀ ରାଷ୍ଟ୍ରପତି ରାମନାଥଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ, ଗତ ଡିସେମ୍ବର ୮ରେ ତାମିଲନାଡୁର କୁନ୍ନୁରରେ ଏକ ବିମାନ ଦୁର୍ଘଟଣାରେ ସିଡିଏସ୍‌ ବିପିନ ରାୱତ ପ୍ରାଣ ହରାଇଥିଲେ। ସେହିପରି କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କୁ ରାଷ୍ଟ୍ରପତି ରାମନାଥ ପଦ୍ମ ଭୂଷଣ ସମ୍ମାନରେ ସମ୍ମାନିତ କରିଛନ୍ତି। ଅଲିମ୍ପିକ୍ସ ରୌପ୍ୟ ପଦକ ବିଜେତା ଦେବେନ୍ଦ୍ର ଝାଝାରିଆଙ୍କୁ ପଦ୍ମ ଭୂଷଣ ସମ୍ମାନ ପ୍ରଦାନ କରାଯାଇଛି। ସିରମ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆର ଏମ୍‌ଡି ସାଇରସ ପୁନାୱାଲାଙ୍କୁ ବ୍ୟବୟାସ ଏବଂ ଉଦ୍ୟୋଗ କ୍ଷେତ୍ରରେ ଉଲ୍ଲେଖଯୋଗ୍ୟ ଅବଦାନ ପାଇଁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଛି। ସୂଚନାଯୋଗ୍ୟ, ପଦ୍ମ ବିଭୂଷଣ ଭାରତ ସରକାରଙ୍କ ଦ୍ୱାରା ଦିଆଯାଉଥିବା ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ସମ୍ମାନ। ୨୦୨୨ ତଥା ଚଳିତ ବର୍ଷ ପାଇଁ ମୋଟ ୪ଟି ପଦ୍ମ ବିଭୂଷଣ, ୧୭ଟି ପଦ୍ମ ଭୂଷଣ ଏବଂ ୧୦୭ଟି ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯିବ। ସମ୍ମାନ ପାଇବାକୁ ଥିବା ତାଲିକାରେ ମୋଟ ୩୪ ଜଣ ମହିଳା ରହିଛନ୍ତି। ଏତଦ୍‌ ବ୍ୟତୀତ ୧୩ ଜଣଙ୍କୁ ମରଣୋତ୍ତର ପଦ୍ମ ସମ୍ମାନରେ ସମ୍ମାନିତ କରାଯିବ। ପଦ୍ମ ପୁରସ୍କାର ବିତରଣର ଦ୍ୱିତୀୟ ସମାରୋହ ଆସନ୍ତା ୨୮ରେ ରାଷ୍ଟ୍ରପତି ଭବନରେ ଆୟୋଜିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri