ଜନ୍ମମାଟିରେ ଜନ୍ମଦିନ ପାଳିବେ ରାଷ୍ଟ୍ରପତି, ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୨୦।୬: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଜନ୍ମମାଟିରେ ଜନ୍ମଦିନ ପାଳନ କରିବେ ରାଷ୍ଟ୍ରପତି। ରାଷ୍ଟ୍ରପତି ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଶୁକ୍ରବାର ଅପରାହ୍ନ ୫ଟାରେ ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରାଇରଙ୍ଗପୁର ଗସ୍ତରେ ଆସିବେ। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉପସ୍ଥିତ ରହିବେ। ପୂର୍ବାହ୍ନ ୧୧ଟା୧୫ ସମୟରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପାହାଡ଼ପୁର ଗ୍ରାମ ପରିଦର୍ଶନ କରିବେ। ଏହା ପରେ ଉଭୟ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା, ଦକ୍ଷତା କେନ୍ଦ୍ର ଏବଂ ପାହାଡ଼ପୁର ସ୍କୁଲରେ ପ୍ରାର୍ଥନା କରିବେ। ଅପରାହ୍ନ ୧ଟାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ରାଇରଙ୍ଗପୁରରେ ଓଡ଼ିଶା ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ରହିଛି ‘ବିକାଶର ଧାରା, ଓଡ଼ିଶା ସାରା’। କାର୍ଯ୍ୟକ୍ରମ ସମୟରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧନ ମଧ୍ୟ କରିବେ। ଏହି କାର୍ଯ୍ୟକ୍ରମ ସମୟରେ, ଶକ୍ତି, ଶିଳ୍ପ ଭିତ୍ତିଭୂମି, ସଡ଼କ ସଂଯୋଗୀକରଣ, ପାନୀୟ ଜଳ, ସ୍ବାସ୍ଥ୍ୟ, ଶିକ୍ଷା, ପର୍ଯ୍ୟଟନ ଏବଂ ଜଳସେଚନ ସମେତ ପ୍ରମୁଖ କ୍ଷେତ୍ରର ପ୍ରକଳ୍ପଗୁଡ଼ିକର ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ଏହି ପ୍ରକଳ୍ପଗୁଡ଼ିକ ସମଗ୍ର ଓଡ଼ିଶାରେ ଭିତ୍ତିଭୂମିକୁ ସୁଦୃଢ଼ କରିବା, ସଂଯୋଗୀକରଣରେ ଉନ୍ନତି ଆଣିବା, ଶକ୍ତି ସୁରକ୍ଷା ବୃଦ୍ଧି କରିବା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକରିବ ବୋଲି ଆଶା କରାଯାଉଛି। ପ୍ରଥମ ଥର ପାଇଁ ଓଡ଼ିଶା ଇତିହାସରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଗୋଟିଏ ମଞ୍ଚରେ ଉପସ୍ଥିତ ରହିବା ସହ ଜନସାଧାରଣଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର, ଏତିକି % ବଢ଼ିବ DA!

ଲକ୍ଷ୍ନୌ,୪।୧୦: ଦୀପାବଳି ପୂର୍ବରୁ ଉତ୍ତରପ୍ରଦେଶର ସରକାରୀ କର୍ମଚାରୀ ଓ ପେନ୍‌ସନର୍‌ଙ୍କୁ ମିଳିପାରେ ଖୁସି ଖବର। ଯୋଗୀ ଆଦିତ୍ୟନାଥ ସରକାର ରାଜ୍ୟ କର୍ମଚାରୀଙ୍କ ପାଇଁ ବର୍ଦ୍ଧିତ ମହଙ୍ଗା ଭତ୍ତା…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?