ବିଧାନସଭାରେ ରାଷ୍ଟ୍ରପତି ଦେବେ ପ୍ରଥମ ଅଭିଭାଷଣ

ଭୁବନେଶ୍ୱର,୨୭ା୧୧ (ରବିନାରାୟଣ ଜେନା): ଓଡ଼ିଶା ବିଧାନସଭାରେ ଗୁରୁବାରଠାରୁ ଆରମ୍ଭ ହେବାକୁଥିବା ଶୀତକାଳୀନ ଅଧିବେଶନ ଐତିହାସିକ ହେବ ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି। ବୁଧବାର ଅପରାହ୍ନରେ ବିଧାନସଭାରେ ମୁକେଶ କହିଛନ୍ତି, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଗୃହରେ ପ୍ରଥମଥର ପାଇଁ ତାଙ୍କର ଅଭିଭାଷଣ ରଖିବେ। ଏହା ଆମ ଓଡ଼ିଶା ପାଇଁ ଗର୍ବର ବିଷୟ। ଏଥିଲାଗି ବିଧାନସଭା ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।
ସେ କହିଛନ୍ତି, ଗୁରୁବାର ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ପ୍ରଥମାର୍ଦ୍ଧରେ ଦିବଂଗତ ସଦସ୍ୟଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଗୃହ ମୁଲତବୀ ରହିବ। ଏହାପରେ ଦ୍ୱିତୀୟାର୍ଦ୍ଧରେ ରାଷ୍ଟ୍ରପତି ତାଙ୍କ ଅଭିଭାଷଣ ରଖିବେ। ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୭ ମାସ ମଧ୍ୟରେ ଅନେକଗୁଡ଼ିଏ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରାଯାଇଛି। ଭାଜପା ସରକାର ଲୋକଙ୍କୁ ଯାହାସବୁ ପ୍ରତିଶ୍ରୁତି ଦେଇଥିଲା ତାକୁ ପାଳନ କରିବାକୁ ଉଦ୍ୟମ କରିଛି। ସେଥିମଧ୍ୟରୁ ଅଧିକାଂଶ ଯୋଜନା ଇତିମଧ୍ୟରେ କାର୍ଯ୍ୟକାରୀ ହୋଇସାରିଛି। ସରକାର କ୍ଷମତାସୀନ ହେବାଦିନଠାରୁ ଇତିମଧ୍ୟରେ ୧୧ଟି ପ୍ରତିଶ୍ରୁତି ପାଳନ ହୋଇସାରିଲାଣି। ସେଥିମଧ୍ୟରେ ମହିଳାଙ୍କୁ ସଶକ୍ତୀକରଣ କରିବା ଲାଗି ‘ସୁଭଦ୍ରା’ ଯୋଜନାଠାରୁ ଆରମ୍ଭକରି ଚାଷୀଙ୍କୁ ୮୦୦ ଟଙ୍କାର ଇନ୍‌ପୁଟ୍‌ ସବ୍‌ସିଡି ପ୍ରଦାନ ଏବଂ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୃଦ୍ଧାବୃଦ୍ଧମାନଙ୍କୁ ୩,୫୦୦ ଟଙ୍କା ଭତ୍ତା ଭଳି ଅନେକ ଯୋଜନା କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ରାଜ୍ୟର ଅଭିବୃଦ୍ଧି ଦିନକୁ ଦିନ ବଢ଼ିଚାଲିଛି। ଓଡ଼ିଶାର ଅଭିବୃଦ୍ଧି ଜାତୀୟସ୍ତର ଅପେକ୍ଷା ୨.୨୦% ଅଧିକ ରହିଛି। ରାଜ୍ୟ ସରକାର ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ଅହରହ ଉଦ୍ୟମ କରୁଛନ୍ତି। ଭିଜନ-୨୦୩୬ରେ ଓଡ଼ିଶା ଯେତେବେଳେ ୧୦୦ ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରିବ, ସେତେବେଳକୁ ରାଜ୍ୟ ଦେଶର ସବୁଠାରୁ ବିକାଶଶୀଳ ରାଜ୍ୟ ରୂପେ ପରିଗଣିତ ହୋଇଥିବ ବୋଲି ମୁକେଶ କହିଛନ୍ତି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?