ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର ସୂଚନା ଦେଇଛନ୍ତି। ରାଷ୍ଟ୍ରପତି ଅକ୍ଟୋବର ୨୭ରେ ରାଇରଙ୍ଗପୁର ଗସ୍ତରେ ଆସିବେ। ୨୮ରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।
ରାଷ୍ଟ୍ରପତି ମେଗା ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ସାମିଲ ହେବେ। ୨୬ରୁ ୩୦ ଯାଏ ମେଗା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହେବ। ଦିଲ୍ଲୀର ୧୦୦ରୁ ଊର୍ଦ୍ଧ୍ୱ ଚକ୍ଷୁ ବିଶେଷଜ୍ଞ ଲୋକଙ୍କ ଚିକିତ୍ସା କରିବେ ବୋଲି ସୂଚନା ମିଳିଛି।