ପ୍ରଧାନମନ୍ତ୍ରୀଙ୍କୁ ନିଜ ଗାଁ ବୁଲାଇବେ ରାଷ୍ଟ୍ରପତି

ବାରିପଦା,୨୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବାବେଳେ ଶନିବାର ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ମୟୂରଭଞ୍ଜର ପାହାଡ଼ପୁରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଶାଶୁଘର ଗାଁକୁ ଆସିଥିବାରୁ ରାଷ୍ଟ୍ରପତି ନିଜ ଗାଁ ବୁଲାଇ ଦେଖାଇବେ।  ରାଷ୍ଟ୍ରପତି ଆଜି ସେଠାରେ ତାଙ୍କ ଜନ୍ମଦିନ ପାଳନ କରିବେ।ପ୍ରଧାନମନ୍ତ୍ରୀ ପହଞ୍ଚିବା ପୂର୍ବରୁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ଅନ୍ୟ ବରିଷ୍ଠ ନେତା ଏବଂ ପ୍ରଶାସନିକ ଅଧିକାରୀମାନେ ପହଞ୍ଚିସାରିଛନ୍ତି।

Image

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ରାଇରଙ୍ଗପୁରରେ ଓଡ଼ିଶା ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ରହିଛି ‘ବିକାଶର ଧାରା, ଓଡ଼ିଶା ସାରା’। କାର୍ଯ୍ୟକ୍ରମ ସମୟରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧନ ମଧ୍ୟ କରିବେ। ଏହି କାର୍ଯ୍ୟକ୍ରମ ସମୟରେ, ଶକ୍ତି, ଶିଳ୍ପ ଭିତ୍ତିଭୂମି, ସଡ଼କ ସଂଯୋଗୀକରଣ, ପାନୀୟ ଜଳ, ସ୍ବାସ୍ଥ୍ୟ, ଶିକ୍ଷା, ପର୍ଯ୍ୟଟନ ଏବଂ ଜଳସେଚନ ସମେତ ପ୍ରମୁଖ କ୍ଷେତ୍ରର ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ଏହି ପ୍ରକଳ୍ପଗୁଡ଼ିକ ସମଗ୍ର ଓଡ଼ିଶାରେ ଭିତ୍ତିଭୂମିକୁ ସୁଦୃଢ଼ କରିବା, ସଂଯୋଗୀକରଣରେ ଉନ୍ନତି ଆଣିବା, ଶକ୍ତି ସୁରକ୍ଷା ବୃଦ୍ଧି କରିବା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକରିବ ବୋଲି ଆଶା କରାଯାଉଛି। ପ୍ରଥମ ଥର ପାଇଁ ଓଡ଼ିଶା ଇତିହାସରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଗୋଟିଏ ମଞ୍ଚରେ ଉପସ୍ଥିତ ରହିବା ସହ ଜନସାଧାରଣଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ଗାଜଲବାଡ଼ି ଘାଟିରେ ୨ ଟ୍ୟାଙ୍କର ଫସିବା ଯୋଗୁ ଯାତାୟାତ ଠପ୍: ରାତିସାରା ଘାଟି ରାସ୍ତାରେ ଅଟକି ରହିଲେ ଶହ ଶହ ଯାତ୍ରୀ

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଓ ବାଲିଗୁଡ଼ାକୁ ସଂଯୋଗ କରୁଥିବା ୫୯ ନମ୍ବର ଗୋପାଳପୁର-ରାଇପୁର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଶନିବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?