ମୁଣ୍ଡରେ ଓଢଣା ଦେଇ ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି: ପିଣ୍ଡଦାନ ପରେ…

ଯାଜପୁର,୩।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ମଙ୍ଗଳବାର ଯାଜପୁର ଅଭିମୁଖେ ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଯାଜପୁର ପ୍ରଶାସନିକ ପଡ଼ିଆଠାରେ ଅବତରଣ କରି ସେଠାରୁ ସିଧା ମା’ ବିରଜାଙ୍କ ଦର୍ଶନ କରିଛନ୍ତି। ମୁଣ୍ଡରେ ଓଢଣା ଦେଇ ସମ୍ପୂର୍ଣ୍ଣ ପାରମ୍ପରିକ ଓଡ଼ିଆ ଢଙ୍ଗରେ ସେ ମା’ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ। ଏହାପରେ ନାଭିଗୟାଠାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ କରିଥିଲେ। ମା’ ବିରଜାଙ୍କୁ ଦର୍ଶନ ପରେ ମନ୍ଦିର ପରିକ୍ରମା କରୁଥିବାର ଦେଖାଯାଇଥିଲା। ଯାଜପୁର ଗସ୍ତ ସମୟରେ ରାଷ୍ଟ୍ରପତିଙ୍କୁ ଶାନ୍ତିର ପ୍ରତୀକ ବୁଦ୍ଧ ମୂର୍ତ୍ତି ଉପହାର ଭେଟି ଦିଆଯାଇଥିଲା। ତାଙ୍କୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଜମିଥିଲା।

ଏହାପରେ ବାଲେଶ୍ୱର ଯାଇ ଫକୀର ମୋହନ ବିଶ୍ୱବିଦ୍ୟାଳୟର ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରେ ଏକ ନୂଆ ଅଡିଟୋରିୟମ ଉଦ୍‌ଘାଟନ କରିବେ। ଏହାପରେ ସେ ସିଧାସଳଖ ପୁରୀ ଅଭିମୁଖେ ଗସ୍ତ କରିବେ। ପୁରୀ ଲୋକଭବନରେ ସେ ରାତ୍ରିଯାପନ କରି ସକାଳୁ ଶ୍ୱେତଗଙ୍ଗା ପୁଷ୍କରିଣୀରେ ପିଣ୍ଡଦାନ କରିବା ପରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ସେହିଦିନ ସେ ମୟୂରଭଞ୍ଜ ଅଭିମୁଖେ ଗସ୍ତ କରିବେ। ସେଠାରେ କେତେକ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ଅବସରରେ ତାଙ୍କ ସହିତ ଯୋଗଦେବେ। ୬ ତାରିଖରେ ଆଦିବାସୀ ସମ୍ପ୍ରଦାୟର ମହିଳା ଏବଂ ଯୁବକମାନଙ୍କ ସହିତ ବାର୍ତ୍ତାଳାପ କରି ଭୁବନେଶ୍ୱରଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ୭ ତାରିଖରେ ସେ ଛତିଶଗଡ଼ ଅଭିମୁଖେ ଗସ୍ତ କରିବେ। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଭୁବନେଶ୍ୱର, ଯାଜପୁର, ବାଲେଶ୍ୱର ଏବଂ ପୁରୀଠାରେ ବ୍ୟାପକ ପୋଲିସ ବ୍ୟବସ୍ଥା କରାଯାଇଛି। ରାଜଧାନୀରେ ରାଷ୍ଟ୍ରପତିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

 

Dharitri – Odisha’s No.1 Odia Daily 

Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା

ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍‌ରେ ଚାଲିଛି ଚିକିତ୍ସା

ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି…

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?