ବୁଚା ଗସ୍ତରେ ଜେଲେନ୍‌ସ୍କି

ବୁଚା,୪।୪: ଏକ ମାସରୁ ଅଧିକ ହେବ ୟୁକ୍ରେନ ଉପରେ ରୁଷିଆ ଆକ୍ରମଣ ଜାରି ରଖିଛି। ୟୁକ୍ରେନର ବିଭିନ୍ନ ସହର ଗୁଡ଼ିକ ଉପରେ ରୁଷିଆ ସୈନ୍ୟ ଗୁଳିମାଡ଼ ଓ ମିଶାଇଲ ଆକ୍ରମଣକୁ ଜୋରଦାର କରିଛନ୍ତି। ଇତିମଧ୍ୟରେ ସୋମବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ବୁଚା ସହର ପରିଦର୍ଶନ କରିଛନ୍ତି। ଏହି ଗସ୍ତ ସମୟରେ ସେ ସ୍ଥାନୀୟବାସିନ୍ଦାଙ୍କ ସହ କଥାବାର୍ତ୍ତା ହୋଇଛନ୍ତି। ଏଥିସହ ଜେଲେନ୍‌ସ୍କି ଅଭିଯୋଗ କରିଛନ୍ତି ଯେ, ରୁଷିଆ ୟୁକ୍ରେନରେ ଯୁଦ୍ଧ ଅପରାଧ ଘଟାଇବା ସହ ନରସଂହାର କରୁଛି। ସୂଚନାଯୋଗ୍ୟ, ବୁଚା ସହରରେ ସଶସ୍ତ୍ର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ ଅନେକ ସ୍ଥାନରେ ସ୍ଥାନୀୟବାସିନ୍ଦାଙ୍କ ମୃତଦେହ ଉଦ୍ଧାର ହେଉଛି। ତେବେ ରୁଷୀୟ ସୈନ୍ୟ ନରସଂହାର କରୁଛନ୍ତି ବୋଲି ୟୁକ୍ରେନ ଅଭିଯୋଗ କରିଛି। ଅନ୍ୟପଟେ ରୁଷିଆ ସହିତ ଶାନ୍ତି ଆଲୋଚନା କରିବା ସମ୍ଭବ କି ବୋଲି ଜେଲେନ୍‌ସ୍କିଙ୍କୁ ପ୍ରଶ୍ନ କରାଯାଇଥିଲା। ଏହାର ଉତ୍ତର ସେ ହଁ କହିଛନ୍ତି। କାରଣ ୟୁକ୍ରେନକୁ ଶାନ୍ତିରେ ମିଳିବା ଉଚିତ୍‌। ଆମେ ଏକବିଂଶ ଶତାବ୍ଦୀର ୟୁରୋପରେ ଅଛୁ। ତେଣୁ ଆମେ ଆମର ରାଜନୈତିକ ଓ ସୈନ୍ୟ ଉଦ୍ୟମ ଜାରି ରଖିବୁ ବୋଲି ଜେଲେନ୍‌ସ୍କି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ବିବାଦ! ୨ ନିର୍ବାଚନ କମିଶନରଙ୍କୁ ସିଧା ହଟାଇଦେବେ କି ଜ୍ଞାନେଶ କୁମାର?

ନୂଆଦିଲ୍‌ଲୀ,୨୯।୯: ଭାରତୀୟ ନିର୍ୱାଚନ ଆୟୋଗରେ ମୁହାଁମୁହିଁ ମୁଖ୍ୟ ନିର୍ୱାଚନ କମିଶନର ଓ ଦୁଇ କମିଶନର! ମୁଖ୍ୟ ନିର୍ୱାଚନ କମିଶନର ଜ୍ଞାନେଶ କୁମାରଙ୍କ କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି…

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?