ବାରିପଦା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଆସନ୍ତା ମେ’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାରିପଦା ଆସିବେ। ମେ’ ୯ରେ ବାରିପଦା ଏମ୍‌ଏସ୍‌ସିବି ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ୟୁନିଭର୍ସିଟି ଭିସିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀ ଚିଠି ଲେଖିଥିବା ସୂଚନା ମିଳିଛି।