ଆଜିଠୁ ୪ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି

ଭୁବନେଶ୍ୱର,୬ା୭(ସତ୍ୟଜିତ୍‌ ରାଉତ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାରଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ପର୍ଯ୍ୟନ୍ତ ସେ ଭୁବନେଶ୍ୱର ଓ ପୁରୀର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ତେବେ ରାଜଧାନୀରେ ରାଷ୍ଟ୍ରପତିଙ୍କ ସମସ୍ତ ଗସ୍ତ କାର୍ଯ୍ୟକ୍ରମର ସୁରକ୍ଷା ପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏ ସମ୍ପର୍କରେ ସୂଚନା ଦେଇ ପୋଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି, ଶୁକ୍ରବାର ଅପରାହ୍ନରେ କାର୍‌କେଡ୍‌ ରିହର୍ସାଲ କରାଯାଇଥିବାବେଳେ ବ୍ଲ୍ୟୁ ବୁକ୍‌ ଅନୁଯାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ରାଷ୍ଟ୍ରପତି ଶନିବାର ସାରେ ବିମାନବନ୍ଦରରେ ପହଞ୍ଚତ୍ବା ପରେ ସିଧାସଳଖ ଭୁବନେଶ୍ୱର ସୂଚନାଭବନ ଯାଇ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ୭ ତାରିଖରେ ପୁରୀ ଯାଇ ରଥଯାତ୍ରାରେ ଯୋଗଦେବା ସହ ରାଜଭବନରେ ରାତ୍ରଯାପନ କରବେ। ୮ ତାରିଖ ସକାଳେ ଖଣ୍ଡଗିରି ଓ ଉଦୟଗିରି ପରିଦର୍ଶନ କରିବା ସହିତ ଅପରାହ୍ନରେ ଅନ୍ଧାରୁଆରେ ବ୍ରହ୍ମାକୁମାରୀ ଅନୁଷ୍ଠାନ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଡିଭାଇନ ରିଟ୍ରିଟ୍‌ ସେଣ୍ଟର ଉଦ୍‌ଘାଟନ କରିବେ। ୯ ତାରିଖରେ ଜଟଣୀ ନାଇଜର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri