୪ରେ ପୁରୀ ଆସିବେ ରାଷ୍ଟ୍ରପତି

ପୁରୀ,୨୫ା୧୧(ଅଜିତ କୁମାର ମହାନ୍ତି): ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀ ଗସ୍ତରେ ଆସିବେ। ରାଷ୍ଟ୍ରପତି ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ହେବାକୁ ଥିବା ଭାରତୀୟ ନୌସେନା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ରାଷ୍ଟ୍ରପତି ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଓ୍ବାଇ.ବି. ଖୁରାନିଆ ରବିବାର ପୁରୀ ଆସି ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିବା ସହ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ବୈଠକ କରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ପ୍ରଥମେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ପରେ ସମଙ୍ଗ ପାର୍କିଂ, ବ୍ଲୁ ଫ୍ଲାଗ ବିଚ୍‌, ରାଜଭବନ ଓ ବେଳାଭୂମି ଯାଇ ସମସ୍ତ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ପରେ ସେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଏସ୍‌ପିଙ୍କ କାର୍ଯ୍ୟାଳୟରେ ବୈଠକ କରିଥିଲେ। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି ଡିଜିପି ଖୁରାନିଆ କହିଛନ୍ତି। ସୁରକ୍ଷା ଦାୟିତ୍ୱରେ ସମୁଦାୟ ୮୦ ପ୍ଲାଟୁନ ପୋଲିସ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। ଭୁବନେଶ୍ୱରଠାରୁ ପୁରୀ ଏବଂ ସମ୍ପୂର୍ଣ୍ଣ ପୁରୀ ସହରରେ ଟ୍ରାଫିକ ଓ ପାର୍କିଂ ବ୍ୟବସ୍ଥା ଉପରେ ବିଶେଷ ଦୃଷ୍ଟି ଦିଆଯାଇଛି। ସେହିପରି ଭିଆଇପି ଏବଂ ଭିଭିଆଇପିଙ୍କ ସୁରକ୍ଷାକୁ ପ୍ରାଧାନ୍ୟ ଦିଆଯାଇଛି ବୋଲି ଡିଜିପି କହିଛନ୍ତି। ନୌସେନା ଦିବସ ଅବସରରେ ୨୫ଟି ଜାହାଜ ସହ ୪୦ଟି ଏୟାରକ୍ରାଫ୍ଟ ଶୋ ଦେଖିବାର ସୁଯୋଗ ପାଇବେ ଦର୍ଶକ। ତେଣୁ ଦର୍ଶକ ଓ ପର୍ଯ୍ୟଟକଙ୍କ ସୁରକ୍ଷାକୁ ମଧ୍ୟ ପୋଲିସ ପ୍ରଶାସନ ଗୁରୁତ୍ୱ ଦେଉଛି ବୋଲି ଡିଜିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri