ଆଜି ଆସିବେ ରାଷ୍ଟ୍ରପତି

ବାରିପଦା (ନୀଳାଦ୍ରି ବିହାରୀ ଦଣ୍ଡପାଟ)/ରାଇରଙ୍ଗପୁର(ମାନସ ମହାନ୍ତି), ୨୦।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିଜ ଜନ୍ମ ମାଟିକୁ ଦ୍ୱିତୀୟ ଥର ଆସୁଛନ୍ତି। ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତର ପ୍ରଥମ ଦିବସରେ ବାରିପଦା ଶହୀଦ ସ୍ମୃତି ଭବନରେ ସାନ୍ତାଳୀ ଲେଖକ ସମ୍ମିଳନୀ ଏବଂ କୁଳିଅଣା ବ୍ଲକସ୍ଥିତ ଏକଲବ୍ୟ ଆବାସିକ ବିଦ୍ୟାଳୟର ଶୁଭ ଉଦ୍‌ଘାଟନ କରିବେ। ଏନେଇ ଦୁଇଟି ସ୍ଥାନରେ ବ୍ୟାପକ ପ୍ରସ୍ତୁତି ଶେଷ ହୋଇ ରାଷ୍ଟ୍ରପତିଙ୍କ ଅପେକ୍ଷାରେ ଗସ୍ତସ୍ଥଳ ସଜେଇ ହୋଇଛି। ପୂର୍ବ ଥର ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଯେଉଁଭଳି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇ ଉଦ୍‌ବେଗ ପ୍ରକାଶ ପାଇଥିଲା, ସେହିଭଳି ଘଟଣାର ପୁନରାବୃତ୍ତି ନ ହେବା ପାଇଁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଉଛି। ପ୍ରସ୍ତୁତିକୁ ନେଇ ଜିଲା ପ୍ରଶାସନ ଓ ସୁରକ୍ଷାକୁ ନେଇ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି।
ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ଜନ୍ମମାଟି ସଜେଇ ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ କାର୍ଯ୍ୟକ୍ରମର ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହେବାରେ ଲାଗିଛି। ବାରିପଦାର ରିଜର୍ଭ ପୋଲିସ ପଡ଼ିଆରେ ତିନୋଟି ଅସ୍ଥାୟୀ ହେଲିପ୍ୟାଡ୍‌ ନିର୍ମାଣ କରାଯାଇଛି। ଶନିବାର ଓ ରବିବାର ବାୟୁ ସେନାର ଅଧିକାରୀମାନେ ହେଲିପ୍ୟାଡ୍‌ର ଯାଞ୍ଚ କରିବା ସହ ଆନୁଷଙ୍ଗିକ ପଦକ୍ଷେପ ଗ୍ରହଣ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଳୀଗୁଡ଼ିକ ରଙ୍ଗିନ ଭାବେ ସାଜସଜ୍ଜା କରାଯାଇଛି। ରାସ୍ତା, ଆଲୋକ, ପାନୀୟ ଜଳ ଓ ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଧ୍ୟାନ ଦିଆଯାଇଛି। ସୁରକ୍ଷା ଦାୟିତ୍ୱରେ ୩୩ ପ୍ଲାଟୁନ ଫୋର୍ସ ଓ ୨୦୦ରୁ ଊର୍ଦ୍ଧ୍ୱ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସନ୍ଧାନୀ କୁକୁର ଓ ମେଟାଲ ଡିଟେକ୍ଟର ଦ୍ୱାରା ଯାଞ୍ଚ କରାଯାଇ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ଜନ୍ମମାଟିକୁ ଆସି ବାରିପଦାସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଦୀକ୍ଷାନ୍ତ ଅଭିଭାଷଣ ଦେବା ସମୟରେ ୯ମିନିଟ ଧରି ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା। ଦେଶର ପ୍ରଥମ ନାଗରିକଙ୍କ କାର୍ଯ୍ୟକ୍ରମରେ ଏଭଳି ସାଂଘାତିକ ତ୍ରୁଟିକୁ ନେଇ ବିଭିନ୍ନ ମହଲରୁ ନିନ୍ଦା କରାଯାଇଥିଲା। ଏପରି ଘଟଣାର ପୁନରାବୃତ୍ତି ନ ହେବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଦାଣ୍ଡବୋଷସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍‌ ପରିସର, ପୂର୍ତ୍ତ ବିଭାଗର ଡାକବଙ୍ଗଳା, ରାଷ୍ଟ୍ରପତିଙ୍କ ନିଜ ବାସଭବନ, ଶହୀଦ ସ୍ମୃତି ଭବନ ଓ ଏକଲବ୍ୟ ଆବାସିକ ବିଦ୍ୟାଳୟରେ ବିଦ୍ୟୁତ୍‌ ବିଭ୍ରାଟ ନ ହେବା ପାଇଁ ଟିପିଏନ୍‌ଓଡିଏଲ୍‌ର ଉପରିସ୍ଥ ଅଧିକାରୀମାନେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟର ତଦାରଖ କରିଛନ୍ତି। କାର୍ଯ୍ୟକ୍ରମ ସ୍ଥଳୀଗୁଡ଼ିକରେ ଉଚ୍ଚ କ୍ଷମତା ସମ୍ପନ୍ନ ଡିଜି (ଜେନେରେଟର) ବ୍ୟବସ୍ଥା କରାଯାଇଛି। ଗସ୍ତ ସମୟରେ କୌଣସି ତ୍ରୁଟି ନ ହେବା ପାଇଁ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ, ଏସ୍‌ପି ଏସ୍‌.ସୁଶ୍ରୀ, ଜିଲାପାଳ ବିନୀତ ଭରଦ୍ୱାଜ ଓ ଅତିରିକ୍ତ ଜିଲାପାଳ ଉପସ୍ଥିତ ରହି କାର୍ଯ୍ୟକ୍ରମର ସ୍ଥିତି ପରଖିବା ସହ ଯାଞ୍ଚ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?