ଆଜି ଆସିବେ ରାଷ୍ଟ୍ରପତି

ବାରିପଦା (ନୀଳାଦ୍ରି ବିହାରୀ ଦଣ୍ଡପାଟ)/ରାଇରଙ୍ଗପୁର(ମାନସ ମହାନ୍ତି), ୨୦।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ନିଜ ଜନ୍ମ ମାଟିକୁ ଦ୍ୱିତୀୟ ଥର ଆସୁଛନ୍ତି। ଦୁଇଦିନିଆ ମୟୂରଭଞ୍ଜ ଜିଲା ଗସ୍ତର ପ୍ରଥମ ଦିବସରେ ବାରିପଦା ଶହୀଦ ସ୍ମୃତି ଭବନରେ ସାନ୍ତାଳୀ ଲେଖକ ସମ୍ମିଳନୀ ଏବଂ କୁଳିଅଣା ବ୍ଲକସ୍ଥିତ ଏକଲବ୍ୟ ଆବାସିକ ବିଦ୍ୟାଳୟର ଶୁଭ ଉଦ୍‌ଘାଟନ କରିବେ। ଏନେଇ ଦୁଇଟି ସ୍ଥାନରେ ବ୍ୟାପକ ପ୍ରସ୍ତୁତି ଶେଷ ହୋଇ ରାଷ୍ଟ୍ରପତିଙ୍କ ଅପେକ୍ଷାରେ ଗସ୍ତସ୍ଥଳ ସଜେଇ ହୋଇଛି। ପୂର୍ବ ଥର ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ଯେଉଁଭଳି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇ ଉଦ୍‌ବେଗ ପ୍ରକାଶ ପାଇଥିଲା, ସେହିଭଳି ଘଟଣାର ପୁନରାବୃତ୍ତି ନ ହେବା ପାଇଁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଉଛି। ପ୍ରସ୍ତୁତିକୁ ନେଇ ଜିଲା ପ୍ରଶାସନ ଓ ସୁରକ୍ଷାକୁ ନେଇ ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି।
ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ଜନ୍ମମାଟି ସଜେଇ ହୋଇଛି। ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ କାର୍ଯ୍ୟକ୍ରମର ଚୂଡ଼ାନ୍ତ ପ୍ରସ୍ତୁତି ଶେଷ ହେବାରେ ଲାଗିଛି। ବାରିପଦାର ରିଜର୍ଭ ପୋଲିସ ପଡ଼ିଆରେ ତିନୋଟି ଅସ୍ଥାୟୀ ହେଲିପ୍ୟାଡ୍‌ ନିର୍ମାଣ କରାଯାଇଛି। ଶନିବାର ଓ ରବିବାର ବାୟୁ ସେନାର ଅଧିକାରୀମାନେ ହେଲିପ୍ୟାଡ୍‌ର ଯାଞ୍ଚ କରିବା ସହ ଆନୁଷଙ୍ଗିକ ପଦକ୍ଷେପ ଗ୍ରହଣ କରିବାକୁ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତ ସ୍ଥଳୀଗୁଡ଼ିକ ରଙ୍ଗିନ ଭାବେ ସାଜସଜ୍ଜା କରାଯାଇଛି। ରାସ୍ତା, ଆଲୋକ, ପାନୀୟ ଜଳ ଓ ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଧ୍ୟାନ ଦିଆଯାଇଛି। ସୁରକ୍ଷା ଦାୟିତ୍ୱରେ ୩୩ ପ୍ଲାଟୁନ ଫୋର୍ସ ଓ ୨୦୦ରୁ ଊର୍ଦ୍ଧ୍ୱ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସନ୍ଧାନୀ କୁକୁର ଓ ମେଟାଲ ଡିଟେକ୍ଟର ଦ୍ୱାରା ଯାଞ୍ଚ କରାଯାଇ ସୁରକ୍ଷାକୁ କଡ଼ାକଡ଼ି କରାଯାଇଛି। ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ଜନ୍ମମାଟିକୁ ଆସି ବାରିପଦାସ୍ଥିତ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଦୀକ୍ଷାନ୍ତ ଅଭିଭାଷଣ ଦେବା ସମୟରେ ୯ମିନିଟ ଧରି ବିଦ୍ୟୁତ୍‌ ସରବରାହ ବନ୍ଦ ରହିଥିଲା। ଦେଶର ପ୍ରଥମ ନାଗରିକଙ୍କ କାର୍ଯ୍ୟକ୍ରମରେ ଏଭଳି ସାଂଘାତିକ ତ୍ରୁଟିକୁ ନେଇ ବିଭିନ୍ନ ମହଲରୁ ନିନ୍ଦା କରାଯାଇଥିଲା। ଏପରି ଘଟଣାର ପୁନରାବୃତ୍ତି ନ ହେବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଓ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଦାଣ୍ଡବୋଷସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍‌ ପରିସର, ପୂର୍ତ୍ତ ବିଭାଗର ଡାକବଙ୍ଗଳା, ରାଷ୍ଟ୍ରପତିଙ୍କ ନିଜ ବାସଭବନ, ଶହୀଦ ସ୍ମୃତି ଭବନ ଓ ଏକଲବ୍ୟ ଆବାସିକ ବିଦ୍ୟାଳୟରେ ବିଦ୍ୟୁତ୍‌ ବିଭ୍ରାଟ ନ ହେବା ପାଇଁ ଟିପିଏନ୍‌ଓଡିଏଲ୍‌ର ଉପରିସ୍ଥ ଅଧିକାରୀମାନେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟର ତଦାରଖ କରିଛନ୍ତି। କାର୍ଯ୍ୟକ୍ରମ ସ୍ଥଳୀଗୁଡ଼ିକରେ ଉଚ୍ଚ କ୍ଷମତା ସମ୍ପନ୍ନ ଡିଜି (ଜେନେରେଟର) ବ୍ୟବସ୍ଥା କରାଯାଇଛି। ଗସ୍ତ ସମୟରେ କୌଣସି ତ୍ରୁଟି ନ ହେବା ପାଇଁ ପୂର୍ବାଞ୍ଚଳ ଆଇଜି ହିମାଂଶୁ ଲାଲ, ଏସ୍‌ପି ଏସ୍‌.ସୁଶ୍ରୀ, ଜିଲାପାଳ ବିନୀତ ଭରଦ୍ୱାଜ ଓ ଅତିରିକ୍ତ ଜିଲାପାଳ ଉପସ୍ଥିତ ରହି କାର୍ଯ୍ୟକ୍ରମର ସ୍ଥିତି ପରଖିବା ସହ ଯାଞ୍ଚ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri