Posted inଜାତୀୟ

ରାଷ୍ଟ୍ରପତିଙ୍କ ଉଜ୍ଜୟିନୀ ଗସ୍ତକୁ ନେଇ ୧୭୦୦ ପୋଲିସଙ୍କୁ ସୁରକ୍ଷା ଦାୟିତ୍ୱ

ନୂଆଦିଲ୍ଲୀ,୨୯ ।୫: ରାଷ୍ଟ୍ରପତି ରାମନାଥ କୋବିନ୍ଦ ୨୯ ମେ’ ଅର୍ଥାତ୍ ରବିବାର ଉଜ୍ଜୟିନୀ ଗସ୍ତ କରୁଛନ୍ତି । ସେଠାରେ ସେ ମହାକାଳେଶ୍ୱରଙ୍କ ଦର୍ଶନ କରିବେ । କାଳିଦାସ ଏକାଡେମୀର ସ୍କୁଲରେ ଆୟୋଜିତ ଆୟୁର୍ବେଦର ମହାଅଧିବେଶନରେ ସାମିଲ ହେବେ । ତାଙ୍କ ଅଗାମନକୁ ନେଇ ପ୍ରସ୍ତୁତି ଯୁଦ୍ଧ ସ୍ତରରେ ଚାଲିଛି । ପୂରା ସହରକୁ ସଜା ଯାଇଛି ଓ ମହାକାଳେଶ୍ୱର ମନ୍ଦିରକୁ ବି ସଜା ଯାଇଛି । ଗର୍ଭଗୃହକୁ ମଲି ଫୁଲରେ ସଜା ଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ରାଷ୍ଟ୍ରପତି ରବିବାର ସକାଳ ୧୦ଟାରେ ଉଜ୍ଜୟିନୀ ପହଞ୍ଚିବେ । କାଳିଦାସ ଏକାଡେମୀରେ ଅଖିଳ ଭାରତୀୟ ଆୟୁର୍ବେଦ ସମ୍ମିଳନୀରେ ସାମିଲ ହେବେ । ପାଖାପାଖି ସେଠାରେ ସେ ଦେଢଘଣ୍ଟା ରହିବେ । ଏହାପରେ ମହାକାଳଙ୍କ ଦର୍ଶନ ପାଇଁ ଯିବେ । ରାଷ୍ଟପତିଙ୍କ ସହ ତାଙ୍କ ସହଧର୍ମିଣୀ ଆସିବେ ବୋଲି ସୂଚନା ରହିଛି ।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଜ୍ଜୟିନୀ ଆସିବା ପୂର୍ବରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଶନିବାର ପୋଲିସ ପ୍ରଶାସନ ରିହିରସାଲ କରିଛି । ଏହି ସମୟରେ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିଥିଲେ । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୧୭୦୦ ପୋଲିସଙ୍କୁ ଦାୟିତ୍ୱ ଦିଆଯାଇଛି । ତେବେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ଯେଉଁମାନେ ସାମିଲ ହେଉଛନ୍ତି ସେମାନଙ୍କର କରୋନା ଟେଷ୍ଟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?