ଆଜି ଟ୍ରେନ୍‌ ଯାତ୍ରା କରିବେ ରାଷ୍ଟ୍ରପତି

ରାଇରଙ୍ଗପୁର,୨୧ା୧୧(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବାରିପଦା ଓ କୁଳିଅଣାଠାରେ କାର୍ଯ୍ୟକ୍ରମ ସାରି ସୋମବାର ଅପରାହ୍ନ ୪ଟା୩୦ରେ ଜନ୍ମଭୂମି ରାଇରଙ୍ଗପୁରରେ ପହଞ୍ଚତ୍ଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ରାଇରଙ୍ଗପୁରର ଦାଣ୍ଡବୋଷ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ। ତାଙ୍କ ସହ ରାଜ୍ୟପାଳ ରଘୁବର ଦାସ ଆସିଥିଲେ। ସେଠାରେ ରାଜ୍ୟ ମହିଳା, ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ। ଜିଲା ପ୍ରଶାସନ ଏବଂ ପୋଲିସ ବିଭାଗର ଉଚ୍ଚ ଅଧିକାରୀମାନେ ଉପସ୍ଥିତ ଥିଲେ। ସେଠାରୁ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଯାଇ ସନ୍ଧ୍ୟାରେ ରାଇରଙ୍ଗପୁର ସହରର କେତେଜଣ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସହ ଆଲୋଚନା କରିଥିଲେ। ପରେ ନିଜ ବାସଭବନକୁ ଆସି ଅବସ୍ଥାନ କରିଥିଲେ। ମଙ୍ଗଳବାର ରାଷ୍ଟ୍ରପତି କୁସୁମୀ ବ୍ଲକ ଅନ୍ତର୍ଗତ ପାହାଡ଼ପୁର ଗସ୍ତ କରି ଏସ୍‌.ଏଲ୍‌.ଏସ୍‌. ଆବାସିକ ଶିକ୍ଷାନୁଷ୍ଠାନ କାର୍ଯ୍ୟକ୍ରମ ଏବଂ ଏଲ୍‌ଆଣ୍ଡ୍‌ଟି କମ୍ପାନୀ ଦ୍ୱାରା ନବନିର୍ମିତ ଦକ୍ଷତା ବିକାଶ କେନ୍ଦ୍ର ଉଦ୍‌ଘାଟନ କରିବେ। ଏଥିସହ ବାଦାମପାହାଡ଼ ରେଳ ଷ୍ଟେଶନରେ ନୂତନ ବାଦାମ ପାହାଡ଼- ସାଲିମାର, ବାଦାମ ପାହାଡ଼- ରାଉରକେଲା ଦ୍ରୁତଗାମୀ ଟ୍ରେନ ଏବଂ ବାଦାମ ପାହାଡ଼- ଟାଟାନଗର ମେମୋ ଟ୍ରେନ ସମେତ ୩ଟି ଟ୍ରେନ ଚଳାଚଳର ଶୁଭ ଉଦ୍‌ଘାଟନ କରିବେ। ବାଦାମପାହାଡ଼ରୁ ଟ୍ରେନ୍‌ ଯୋଗେ ରାଇରଙ୍ଗପୁର ଫେରିବେ। ରାଷ୍ଟ୍ରପତିଙ୍କ ସହ ୨୦୦ଜଣ ଛାତ୍ରୀଛାତ୍ର ଟ୍ରେନରେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri