କର୍ମୀଙ୍କୁ ଚିଠି ଲେଖିଲେ ସଭାପତି

ଭୁବନେଶ୍ୱର,୧।୩(ବ୍ୟୁରୋ): ମାର୍ଚ୍ଚ ୫ ତାରିଖରେ ବିଜୁବାବୁଙ୍କ ୧୦୭ତମ ଜୟନ୍ତୀ ପାଳନ ହେବ। ଏ ନେଇ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଜୁ ଜୟନ୍ତୀ ପାଳନ ନେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ କର୍ମୀମାନଙ୍କୁ ମଙ୍ଗଳବାର ଚିଠି ଲେଖିଛନ୍ତି। ନବୀନ ଓଡ଼ିଶା ଗଢ଼ିବା ପାଇଁ ବିଜୁ ଜୟନ୍ତୀରେ ବିଜେଡି କର୍ମୀ ଶପଥ ନେବେ। ଦଳ ପକ୍ଷରୁ ମାର୍ଚ୍ଚ ୫ରୁ ୨୫ ଯାଏ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ପ୍ରତ୍ୟେକ ନିର୍ବାଚନମଣ୍ଡଳୀ ସ୍ତରରେ ବିଜେଡି କର୍ମୀ ଓ କର୍ମକର୍ତ୍ତାଙ୍କ ମଧ୍ୟରେ ସମୃଦ୍ଧ, ସଶକ୍ତ ଓ ସ୍ବାଭିମାନୀ ନବୀନ ଓଡ଼ିଶା ଗଠନ ଦିଗରେ ପ୍ରବନ୍ଧ, ତର୍କ, ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜନ କରାଯିବ।
ବିଜୁ ଯୁବ ଏବଂ ଛାତ୍ର ଜନତା ଦଳକୁ ଏଥିପାଇଁ ଦାୟିତ୍ୱ ଦିଆଯାଇଛି। ଏପ୍ରିଲ ୧୭ରେ ବିଜୟୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏଥିସହିତ ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସ ରାଜ୍ୟସ୍ତରରେ ପାଳନ କରାଯିବ। ମାର୍ଚ୍ଚ ୯ରୁ ୧୭ ପର୍ଯ୍ୟନ୍ତ ପ୍ରତ୍ୟେକ ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ମହିଳା ସମାବେଶ ଆୟୋଜନ କରାଯିବ। ରାଜ୍ୟରେ ମହିଳାଙ୍କ ସାମାଜିକ, ଅର୍ଥନୈତିକ ସଶକ୍ତୀକରଣ ଦିଗରେ ବିଜୁବାବୁଙ୍କ ଅବଦାନ ଓ ରାଜ୍ୟ ସରକାରଙ୍କ ମହିଳା କଲ୍ୟାଣ କାର୍ଯ୍ୟକ୍ରମ ନେଇ ଆଲୋଚନା କରାଯିବ। ମାର୍ଚ୍ଚ ୫ ତାରିଖ ସକାଳ ୬ଟାରେ ପ୍ରଭାତଫେରି, ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣରୁ ବିଜୁ ଜୟନ୍ତୀ ପାଳନର ଶୁଭାରମ୍ଭ କରାଯିବ। ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ସାଇକେଲ ଶୋଭାଯାତ୍ରା କରାଯିବ। ଅପରାହ୍ନରେ କର୍ମକର୍ତ୍ତାଙ୍କୁ ନେଇ ସାଧାରଣ ସଭା ଆୟୋଜନ କରାଯିବ। ଏଥିରେ ନବୀନ ଓଡ଼ିଶା ଗଠନ ପାଇଁ ଶପଥ ବିଜେଡି କର୍ମୀମାନେ ନେବେ ବୋଲି ଦଳର ସଭାପତି ଚିଠିରେ ଉଲ୍ଲେଖ କରିଛନ୍ତି। ବିଜୁବାବୁଙ୍କ ଜନ୍ମ ଦିବସ ବିଭିନ୍ନ ସ୍ତରରେ କିପରି ପାଳନ କରାଗଲା ତାହାର ଏକ ବିଶଦ ବିବରଣୀ, ଫଟୋଗ୍ରାଫ୍‌ ଏବଂ ଭିଡିଓ ରାଜ୍ୟ କାର୍ଯ୍ୟାଳୟକୁ ପଠାଇବାକୁ ମୁଖ୍ୟମନ୍ତ୍ରୀ କର୍ମୀମାନଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri