Peace Summit: ଆସନ୍ତା ମାସରେ ଅନୁଷ୍ଠିତ ହେବ ଶାନ୍ତି ଶିଖର ସମ୍ମିଳନୀ, ବାଇଡେନ, ସି ଜିନ ପିଙ୍ଗ ସାମିଲ ହେବାକୁ ଅପିଲ କଲେ ରାଷ୍ଟ୍ରପତି ଜେଲେନସ୍କି

କ୍ୱିଭ,୨୬।୫: ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଚାଇନା ନେତା ସି ଜିନପିଙ୍ଗଙ୍କୁ ଆସନ୍ତା ମାସରେ ହେବାକୁ ଥିବା ଶାନ୍ତି ସମ୍ମିଳନୀରେ ଭାଗ ନେବାକୁ ନିବେଦନ କରିଛନ୍ତି। ରୁଷିଆର କ୍ରମାଗତ ଆକ୍ରମଣକୁ ରୋକିବା ପାଇଁ ୟୁକ୍ରେନ ସଂଘର୍ଷ କରୁଛି।

ଆସନ୍ତା ମାସରେ ସ୍ବିଜରଲ୍ୟାଣ୍ଡରେ କ୍ୱିଭ ନେତୃତ୍ୱାଧୀନ ଆଲୋଚନାରେ ଅଧିକ ଦେଶ ଏକାଠି କରିବାକୁ ୟୁକ୍ରେନ ଆଶା କରୁଛି। ଏହି ବୈଠକର ଉଦ୍ଦେଶ୍ୟ ହେଉଛି ଯୁଦ୍ଧକୁ କିପରି ବନ୍ଦ କରାଯିବ ଏବଂ ରୁଷିଆର ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଉପରେ ଚାପ ପକାଇବା ଉପରେ ବିଶ୍ୱସ୍ତରୀୟ ମତକୁ ଏକଜୁଟ କରିବା। ପୁଟିନଙ୍କୁ ଏହି ବୈଠକକୁ ନିମନ୍ତ୍ରଣ କରାଯାଇ ନାହିଁ।
ଏହି ବୈଠକରେ ୮୦ରୁ ଅଧିକ ଦେଶ ଅଂଶଗ୍ରହଣ କରିବେ ବୋଲି ଜେଲେନସ୍କି କହିଛନ୍ତି। ଜେଲେନସ୍କି କହିଛନ୍ତି ଯେ ମୁଁ ସେହି ବିଶ୍ୱ ନେତାମାନଙ୍କୁ ନିବେଦନ କରୁଛି, ଯେଉଁମାନେ ବିଶ୍ୱ ଶାନ୍ତି ସମ୍ମିଳନୀର ବିଶ୍ୱସ୍ତରୀୟ ଉଦ୍ୟମଠାରୁ ଦୂରରେ ଅଛନ୍ତି। ପ୍ରକୃତ ଶାନ୍ତି ପାଇଁ ଦୟାକରି ଚେଷ୍ଟା କରନ୍ତୁ।
ଜେଲେନସ୍କି କହିଛନ୍ତି ଯେ ଏହି ସମ୍ମିଳନୀ ଦର୍ଶାଇବ ଯେ ବିଶ୍ୱରେ କିଏ ପ୍ରକୃତରେ ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛି। ରୁଷିଆର ସୈନ୍ୟବାହିନୀକୁ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଏବଂ ଏହାର ଶାନ୍ତି ଯୋଜନାରେ ଆନ୍ତର୍ଜାତୀୟ ସ୍ତରରେ ସ୍ବୀକୃତିପ୍ରାପ୍ତ ସୀମା ପୁନଃ ନିର୍ମାଣ ପାଇଁ କ୍ୱିଭ ଆହ୍ବାନ କରୁଛି, ଯାହା ମସ୍କୋ ବଝାମଣାର ପ୍ରକୃତ ଆରମ୍ଭ ବୋଲି ବିଚାର କରୁନାହିଁ। ଗତ ସପ୍ତାହରେ ରୁଷିଆର ସୂତ୍ରରୁ ପ୍ରକାଶ ଯେ ପୁଟିନ ୟୁକ୍ରେନରେ ଯୁଦ୍ଧ ବନ୍ଦ କରିବାକୁ ଚୁକ୍ତି କରିଛନ୍ତି ଯାହା ବର୍ତ୍ତମାନର ଯୁଦ୍ଧକ୍ଷେତ୍ରକୁ ସ୍ବୀକୃତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri