ପରମାଣୁ ଆକ୍ରମଣ କରିପାରନ୍ତି ପୁଟିନ: ଜେଲେନ୍‌ସ୍କି

କ୍ୱିଭ,୧୬ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧ ୫୨ ଦିନରେ ପହଞ୍ଚିଲାଣି । ରୁଷିଆ ଆକ୍ରମଣରେ ଧ୍ୱଂସ ବିଧ୍ୱଂସ୍ତ ହେଲାଣି ୟୁକ୍ରେନର ବଡ ବଡ ସହର । ହଜାର ହଜାର ଲୋକଙ୍କ ଜୀବନ ବି ଗଲାଣି । ହେଲେ ଏତିକିରେ ବି ଯୁଦ୍ଧ କମିବାର ନାଁ ନେଉନି । ଏହାରି ଭିତରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲନ୍‌ସ୍କି ବିଶ୍ୱକୁ ଚେତାବନୀ ଦେଇ କହିଛନ୍ତି, ରୁଷିଆ ଯୁଦ୍ଧରେ ପରମାଣୁ ଅସ୍ତ୍ର ବ୍ୟବହାର କରିପାରେ । ଆଉ ଏଥିପାଇଁ ସାରା ବିଶ୍ୱକୁ ପ୍ରସ୍ତୁତ ରହିବାକୁ ପଡିବ ।
ୟୁକ୍ରେନ୍ ରାଷ୍ଟ୍ରପତି ଶୁକ୍ରବାର କହିଥିଲେ, ବିଶ୍ୱର ସବୁ ଦେଶକୁ ଏଥିପାଇଁ ପ୍ରସ୍ତୁତ ରହିବାକୁ ପଡିବ ଯେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ୟୁକ୍ରେନ ଯୁଦ୍ଧରେ ପରମାଣୁ ଅସ୍ତ୍ର ବ୍ୟବହାର କରିପାରନ୍ତି । ସେ କହିଛନ୍ତି ପୁଟିନ ପରମାଣୁ ନଚେତ ରାସାୟନିକ ଅସ୍ତ୍ର ଆଡକୁ ନଜର ପକାଇଲେଣି । ୟୁକ୍ରେନ୍ ଲୋକଙ୍କ ଜୀବନ ପୁଟିନଙ୍କ ପାଇଁ ମହତ୍ୱପୂର୍ଣ୍ଣ ନୁହେଁ । ଏହାକୁ ନେଇ ଜେଲେନସ୍କି କହିଛନ୍ତି, ମୁଁ ନୁହେଁ ସାରା ବିଶ୍ୱ ଚିନ୍ତା କରିବା ଦରକାର ଏହା ବାସ୍ତବିକ ତଥ୍ୟ ନ ହେଲେ ମଧ୍ୟ ଏହା ସତ ହୋଇପାରେ । ତେଣୁ ଏ ଦିଗରେ ସାରା ବିଶ୍ୱ ଚିନ୍ତା କରିବାର ସମୟ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri