Posted inଜାତୀୟ

ଦ୍ରୌପଦୀ ମୁର୍ମୁଙ୍କୁ କଟାକ୍ଷ କଲେ ତେଜସ୍ବୀ

ପାଟନା,୧୭।୭: ରାଷ୍ଟ୍ରପତି ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ବିହାର ବିଧାନସଭାର ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ଟାର୍ଗେଟ କରିଛନ୍ତି। ରାଷ୍ଟ୍ରପତି ଭବନ ପାଇଁ ମୂର୍ତ୍ତି ସ୍ଥାପନା ନୁହେଁ, ରାଷ୍ଟ୍ରପତିଙ୍କୁ ନିର୍ବାଚିତ କରିବାକୁ ଚାହୁଁ ବୋଲି ସେ କହିଛନ୍ତି।
ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ତେଜସ୍ବୀ ଯାଦବ ଶୋହରରେ ପହଞ୍ଚିଥିଲେ। ଏହି ଅବସରରେ ସେ କହିଛନ୍ତି, ଦେଶକୁ ଜଣେ ବିଜ୍ଞ ରାଷ୍ଟ୍ରପତିଙ୍କର ଆବଶ୍ୟକତା ରହିଛି। ରାଷ୍ଟ୍ରପତି ଭବନରେ ମୂର୍ତ୍ତିର ଆବଶ୍ୟକତା ଥିବା ଭଳି ଏନଡିଏ ଜଣଙ୍କୁ ପ୍ରାର୍ଥୀ କରିଛି। ଆମେ କିନ୍ତୁ ତାହା ଚାହୁଁନୁ। ଏନଡିଏ ତରଫରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ ହେବା ପରେ ଗୋଟିଏ ବି ଖବରଦାତା ସମ୍ମିଳନୀ ନ କରିବା ଦ୍ରୌପଦୀଙ୍କ କାର୍ଯ୍ୟଦକ୍ଷତାର ପ୍ରମାଣ ଦେଉଛି। ଏହାସହ ସେ ଦେଶର ସ୍ବାର୍ଥ ପାଇଁ ହେଉ କି ଆଦିବାସୀଙ୍କ ସ୍ବାର୍ଥ ପାଇଁ ହେଉ କେବେ କିଛି କହିଥିବାର ମୁଁ କେବେ ଶୁଣିନାହିଁ।
ସୂଚନାଯୋଗ୍ୟ, ଦେଶର ପରବର୍ତ୍ତୀ ରାଷ୍ଟ୍ରପତିଙ୍କ ପାଇଁ ଭୋଟଗ୍ରହଣ ଜୁଲାଇ ୧୮ରେ ହେବ। ଜୁଲାଇ ୨୧ରେ ଭୋଟ ଗଣନା ଘୋଷଣା କରାଯିବ। ଏହି ଦିନ ହିଁ ଦେଶର ନୂତନ ରାଷ୍ଟ୍ରପତିଙ୍କ ନାମ ଘୋଷଣା କରାଯିବ। ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏକ ପ୍ରକାର ଜିତିବା ସୁନିଶ୍ଚିତ। କାରଣ ଏନଡିଏ ମେଣ୍ଟ ବାହାରେ ବି ଅନ୍ୟ କିଛି ରାଜନୈତିକ ଦଳମାନେ ଦ୍ରୌପଦୀଙ୍କୁ ସମର୍ଥନ ଦେବା ନେଇ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?