Posted inଜାତୀୟ

‘ମୋର ରାଷ୍ଟ୍ରପତି ହେବାର ସ୍ବପ୍ନ ନାହିଁ କିନ୍ତୁ…’

ଲକ୍ଷ୍ନୌ,୨୯।୪: ଦେଶରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ପାଖେଇ ଆସୁଥିବାରୁ ଉତ୍ତରପ୍ରଦେଶରେ କଳ୍ପନାଜଳ୍ପନା ଜାରି ରହିଛି। ନିକଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ କହିଥିଲେ, ବହୁଜନ ସମାଜ ପାର୍ଟି (ବିଏସପି) ର ଭୋଟ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଟ୍ରାନ୍ସଫର୍‌ କରାଯାଇଛି, ତେଣୁ ବର୍ତ୍ତମାନ ମାୟାବତୀ ରାଷ୍ଟ୍ରପତି ପ୍ରାର୍ଥୀ ହେବା ଉଚିତ୍‌। ଏହି ମନ୍ତବ୍ୟ ପରେ ମାୟାବତୀ ଶୁକ୍ରବାର ସମାଜବାଦୀ ଅଖିଳେଶ ଯାଦବଙ୍କୁ ଟାର୍ଗେଟ କରି ଅନେକ ଟୁଇଟ୍‌ କରିଛନ୍ତି। ମାୟାବତୀ କହିଛନ୍ତି, ତାଙ୍କର ରାଷ୍ଟ୍ରପତି ହେବାର ସ୍ବପ୍ନ ନାହିଁ, ସେ ସମାଜର ଉନ୍ନତି ପାଇଁ ପ୍ରଧାନମନ୍ତ୍ରୀ ହୋଇପାରିବେ।
ମାୟାବତୀ ଲେଖିଛନ୍ତି, ଏସପି ମୁଖ୍ୟ ୟୁପିରେ ମୁସଲମାନ ଏବଂ ଯାଦବ ସମାଜର ସମ୍ପୂର୍ଣ୍ଣ ଭୋଟ ନେବା ପରେ ମଧ୍ୟ ତାଙ୍କ ମୁଖ୍ୟମନ୍ତ୍ରୀ ହେବା ସ୍ବପ୍ନ ପୂରଣ କରିପାରିଲେ ନାହିଁ। ତେବେ ସେ ଅନ୍ୟମାନଙ୍କର ପ୍ରଧାନମନ୍ତ୍ରୀ ହେବାର ସ୍ବପ୍ନ କେମିତି ପୂରଣ କରିପାରିବେ।
ମାୟାବତୀ ଆହୁରି ଲେଖିଛନ୍ତି, ଗତ ଲୋକ ସଭା ନିର୍ବାଚନରେ ବିଏସପି ସହ ମେଣ୍ଟ ଗଠନ ପରେ ମଧ୍ୟ ସେ ନିଜେ ମାତ୍ର ୫ଟି ଆସନ ଜିତି ପାରିଥିଲେ, ତେବେ ସେ କିପରି ବିଏସପି ମୁଖ୍ୟଙ୍କୁ ପ୍ରଧାନମନ୍ତ୍ରୀ କରାଇପାରିବେ? ତେଣୁ ସେ ଏହିପରି କଥା କହିବା ବନ୍ଦ କରିବା ଉଚିତ୍‌। ମୁଁ ଭବିଷ୍ୟତରେ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ହେବି କିମ୍ବା ନ ହେବି ଜାଣିନାହିଁ, କିନ୍ତୁ ଆମର ଦୁର୍ବଳ ତଥା ଅବହେଳିତ ବିଭାଗର ସ୍ବାର୍ଥରେ ମୁଁ କଦାପି ଦେଶର ରାଷ୍ଟ୍ରପତି ହୋଇପାରିବି ନାହିଁ। ଅନ୍ତତଃପକ୍ଷେ ଏବେ ୟୁପିରେ ମୁଖ୍ୟମନ୍ତ୍ରୀ ହେବାର ଏସପିଙ୍କ ସ୍ବପ୍ନ କେବେ ପୂରଣ ହୋଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri