Posted inଜାତୀୟ

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ଏକ ପ୍ରକାର ନିଶ୍ଚିତ, ବିରୋଧିଙ୍କ ଖେଳ ବିଗାଡିଲେ ରେଡି, ପଟ୍ଟନାୟକ

ନୂଆଦିଲ୍ଲୀ,୨୪ ।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥି ଘୋଷଣା କରାଯାଇଥିବା ବେଳେ ଶୁକ୍ରବାର ସେ ପ୍ରାର୍ଥିପତ୍ର ଦାଖଲ କରିବାକୁ ଯାଉଛନ୍ତି । ଏହି ନିର୍ବାଚନରେ ବିରୋଧି ଯଶୱନ୍ତ ସିହ୍ନାଙ୍କୁ ପ୍ରାଥି କରିଥିବା ବେଳେ ମୁର୍ମୁ କିନ୍ତୁ ରାଷ୍ଟ୍ରପତି ହେବା ଏକ ପ୍ରକାର ନିଶ୍ଚିତ ହୋଇଯାଇଛି ।
ରାଷ୍ଟ୍ରପତି ନିର୍ବଚନରେ ବିଜୟ ଲାଭ କରିବାକୁ ଜଣେ ପ୍ରାର୍ଥୀଙ୍କୁ ବହୁମତ ଭାବେ ୫.୩୯,୪୫୮ ଭୋଟର ଆବଶ୍ୟକତା ରହିଛି । ଏହାକୁ ଦେଖିଲେ ଏନଡିଏ ପାଖରେ ମୋଟ ୫,୨୬,୯୬୬ ଭୋଟ ରହିଛି । ଯଦିଓ ଏହା ବହୁମତଠାରୁ ଯଥେଷ୍ଟ କମ୍ କିନ୍ତୁ ବିରୋଧିଙ୍କ ନିକଟରେ ମାତ୍ର ୨,୬୪,୧୫୮ ଭୋଟ ରହିଛି । ଏପଟେ ଯେହେତୁ ଏନଡିଏକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଜୁ ଜନତା ଦଳ(ବିଜେଡି)ର ସମର୍ଥନ ରହିଛି ବିଜେଡି ପାଖରେ ରହିଛି ୩୧,୬୬୮ ଭୋଟ । ଏହି ଭୋଟ ଭାଲ୍ୟୁକୁ ମିଶାଇଲେ ଏନଡିଏ ସହଜରେ ବହୁମତ ହାସଲ କରି ନେଉଛି । ଏହାପରେ ବି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡିଙ୍କ ୱାଇଏସଆର କଂଗ୍ରେସର ସମର୍ଥନରେ ୪୫ ହଜାରରୁ ଅଧିକ ଭୋଟ ଭାଲ୍ୟୁ ଏନଡିଏ ଖାତାକୁ ଯାଉଥିବାରୁ ଦ୍ରୌପଦୀ ମୁର୍ମୁ ଏକ ପ୍ରକାର ରାଷ୍ଟ୍ରପତି ହେବା ନିଶ୍ଚିତ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

ପୁନଃରୁଦ୍ଧାର ହେବ କେସିଙ୍ଗା କୋଣାର୍କ ସୂତାକଳ: ମନ୍ତ୍ରୀ ଦେଲେ ବଡ଼ ପ୍ରତିଶ୍ରୁତି

କେସିଙ୍ଗା,୨୯।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା କୋଣାର୍କ ସୂତାକଳର ପୁନରୁଦ୍ଧାର,କାର୍ଯ୍ୟକ୍ଷମ ଓ ଘରୋଇକରଣ କରାଯିବା ପାଇଁ ରାଜ୍ୟ ସରକାରଙ୍କ ସମବାୟ ତଥା ହସ୍ତତନ୍ତ ଓ ବୟନଶିଳ୍ପ…

୩ ମାସ ମଧ୍ୟରେ ଟିମ୍‌ ଇଣ୍ଡିଆରେ ହେବ ବଡ଼ ପରିବର୍ତ୍ତନ ଆସିବ: ବାଦ୍‌ ପଡ଼ିପାରନ୍ତି ୪ ଖେଳାଳି

ନୂଆଦିଲ୍ଲୀ,୨୯।୮: IPL 2026 ଶେଷ ହେବା ପରେ ଭାରତୀୟ ଦଳ ତାର ଟେଷ୍ଟ କ୍ରିକେଟ ସିଜିନର ଏକ ଦୃଢ଼ ଆରମ୍ଭ କରିଛି। ଆଫଗାନିସ୍ତାନ ବିପକ୍ଷରେ ଏକ ମାତ୍ର…

ବନ୍ୟା ଉଜାଡ଼ିଲା ଚାଷୀଙ୍କ ସ୍ବପ୍ନ: ଜମି ବାଲିଚର, ଧାନଫସଲ ପଚି ନଷ୍ଟ

ଭବାନୀପାଟଣା,୨୯ା୮(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ଓ କଲମପୁର ବ୍ଲକର ହାତୀ ନଦୀକୁଳିଆ ଚାଷୀଙ୍କ ସ୍ବପ୍ନ ବନ୍ୟା ଉଜାଡ଼ିଦେଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳର ଚାଷୀମାନେ ଚିନ୍ତାରେ…

ତେଲରେ ମିଶ୍ରଣ ଅଭିଯୋଗରେ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ୨୫୭୩ ପେଟ୍ରୋଲ ପମ୍ପ ଉପରେ ଲାଗିଲା ରୋକ, ତାଲିକାରେ…

ନୂଆଦିଲ୍ଲୀ,୨୯।୮: ଦେଶରେ ମିଶ୍ରିତ ପେଟ୍ରୋଲ ବିକ୍ରି କରୁଥିବା ପେଟ୍ରୋଲ ପମ୍ପ ବିରୋଧରେ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ ଧରି ପେଟ୍ରୋଲରେ ମିଶ୍ରଣ ଏବଂ ଏହା…

ସ୍କୁଲ ଛାତରୁ ପାଣି ଗଳୁଛି, ରାସ୍ତା ନାହିଁ: ଖବରଦାତାଙ୍କୁ ବାହାରକରି ଗେଟ୍‌ରେ ତାଲା ପକାଇଦେଲେ ପ୍ରଧାନ ଶିକ୍ଷୟିତ୍ରୀ

ଆନନ୍ଦପୁର,୨୯ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶାଳବଣି ପଞ୍ଚାୟତ ବାଲିପଶିସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥାରେ ଚାଲିଛି। ପରିବେଶ ସଫା କରାଯାଉ ନ ଥିବା…

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri