Posted inଜାତୀୟ

ଅପରାହ୍ନ ୩ଟାରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା…

ନୂଆଦିଲ୍ଲୀ, ୯।୬ : ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୪ରେ ଶେଷ ହେଉଛି। ଏନେଇ ଗୁରୁବାର ଅପରାହ୍ନ ୩ଟାରେ ନିର୍ବାଚନ କମିଶନ ପକ୍ଷରୁ ରାଷ୍ଟ୍ରପତି ନିର୍ବାଚନ ତାରିଖ ଘୋଷଣା କରାଯିବ। ସମ୍ବିଧାନର ଅନୁଚ୍ଛେଦ ୬୨ ଅନ୍ତର୍ଗତ ଏହି ଘୋଷଣା ହେବ।

ବିଦାୟୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକାଳ ପୂରଣ ହେବା ପୂର୍ବରୁ ନିର୍ବାଚନ ସମାପ୍ତ ହେବା ଆବଶ୍ୟକ। ସଂସଦର ଉଭୟ ଗୃହର ସଦସ୍ୟଙ୍କ ବ୍ୟତୀତ ସମସ୍ତ ରାଜ୍ୟର ବିଧାନସଭାର ନିର୍ବାଚିତ ସଦସ୍ୟମାନେ ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବେ।

ରାଷ୍ଟ୍ରପତି ନିର୍ବାଚନରେ ରାଜ୍ୟ ସଭା, ଲୋକ ସଭା ଅବା ବିଧାନସଭାର ମନୋନୀତ ସଦସ୍ୟଙ୍କ ଭୋଟ ଦେବାର ଅଧିକାର ନାହିଁ। ସେହିଭଳି ରାଜ୍ୟ ବିଧାନ ପରିଷଦର ସଦସ୍ୟମାନଙ୍କର ମଧ୍ୟ ରାଷ୍ଟ୍ରପତି ନିର୍ବାଚନରେ ଭୋଟ ଦେବେ ନାହିଁ। ସୂଚନାଯୋଗ୍ୟ ଯେ ୨୦୨୭ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ୧୭ ଜୁଲାଇରେ ହୋଇଥିଲା ଏବଂ ୨୦ ଜୁଲାଇରେ ଭୋଟ ଗଣନା କରାଯାଇଥିଲା।

ସମ୍ପ୍ରତି ଦେଶର ୧୭ଟି ରାଜ୍ୟରେ ଭାଜପା ସରକାର ଅଛନ୍ତି। ରାଷ୍ଟ୍ରପତି ନିର୍ବାଚନ ପାଇଁ ସଂଖ୍ୟାଗରିଷ୍ଠତା ହେଉଛି ୫ ଲକ୍ଷ ୪୬ ହଜାର ୩୨୦ ରହିଛି। ଭାଜପା ପାଖରେ ୪ ଲକ୍ଷ ୬୫ ହଜାର ୯୭୯ ଭୋଟ ଏବଂ ସହଯୋଗୀଙ୍କ ପାଖରେ ୭୧ ହଜାର ୩୨୯ ଭୋଟ ରହିଛି। ଯଦି ଏହି ଦୁଇଟି ଆକଳନ ମିଳିତ ହୁଏ, ତେବେ ଏନଡିଏ ପାଖରେ ୫ ଲକ୍ଷ ୩୭ ହଜାର ୧୨୬ ଭୋଟ ଅଛି, ଯାହା ସଂଖ୍ୟାଗରିଷ୍ଠତା ଠାରୁ ୯ ହଜାର ୧୯୪ ଭୋଟ କମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri