Posted inଜାତୀୟ

ପ୍ରଥମ ରାଉଣ୍ଡ ଫଳାଫଳ: ଦ୍ରୌପଦୀ ମୁର୍ମୁ ଆଗରେ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏଥିପାଇଁ ସକାଳ ୧୧ଟାରୁ ଗଣତି ଆରମ୍ଭ ହୋଇଯାଇଛି। ପ୍ରଥମ ରାଉଣ୍ଡ ଭୋଟ ଗଣନାରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଗୁଆ ଅଛନ୍ତି। ରାଜ୍ୟ ସଭା ମହାସଚିବ ପିସି ମୋଦି କହିଛନ୍ତି, ଏମ୍‌ପିଙ୍କ ଭୋଟ ଗଣନା କରାଯାଇଛି। ଦ୍ରୌପଦୀ ମୁର୍ମୁଙ୍କୁ ୫୪୦ ଏମ୍‌ପି ଭୋଟ ଦେଇଛନ୍ତି, ଯାହାର ମୂଲ୍ୟ ୩୭୮୦୦୦ ଅଟେ। ଯଶୱନ୍ତ ସିହ୍ନାଙ୍କୁ ୨୦୮ ଏମ୍‌ପିଙ୍କ ଭୋଟ ମିଳିଛି, ଯାହାର ମୂଲ୍ୟ ୧୪୫୬୦୦। ମୋଟ ୭୪୮ ଖଣ୍ଡ ଭୋଟ ଦିଆଯାଇଛି, ଯାହାର ମୂଲ୍ୟ ୫୨୩୬୦୦। ୧୫ ଖଣ୍ଡ ଭୋଟ ନାକଚ ହୋଇଯାଇଛି।
ଦେଶର ୧୫ତମ ରାଷ୍ଟ୍ରପତି ବାଛିବା ପାଇଁ ଜୁଲାଇ ୧୮ରେ ୩୧ଟି ସ୍ଥାନରେ ମତଦାନ କରାଯାଇଥିଲା। ରାଷ୍ଟ୍ରପତି ନିର୍ବାଚନରେ ୭୭୬ ଏମ୍‌ପି ଏବଂ ୪,୦୩୩ ନିର୍ବାଚିତ ବିଧାୟକଙ୍କ ସମେତ ମୋଟ ୪,୮୦୯ ଭୋଟର ମତଦାନ ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ। ଜୁଲାଇ ୨୫ରେ ନୂତନ ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ସେନ୍ସର ବୋର୍ଡର ନୂଆ ଟିମ୍ ଘୋଷଣା: CBFCରେ ପ୍ରୀତି ଜିଣ୍ଟା, ସୁନୀଲ ଶେଟ୍ଟୀ ଓ ପଙ୍କଜ ତ୍ରିପାଠୀଙ୍କ ସହ ସାମିଲ ହେଲେ ଓଡ଼ିଆ ପୁଅ ନୀଳମାଧବ

ନୂଆଦିଲ୍ଲୀ,୧୬।୯: କେନ୍ଦ୍ରର ନରେନ୍ଦ୍ର ମୋଦୀ ସରକାର ସେଣ୍ଟ୍ରାଲ ବୋର୍ଡ ଅଫ୍ ଫିଲ୍ମ ସର୍ଟିଫିକେସନ୍ (CBFC) ବା ସେନ୍ସର ବୋର୍ଡର ନୂଆ ଟିମ୍ ଗଠନ କରିଛନ୍ତି। ସୂଚନା ଓ…

ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍‌ପ୍ରେମୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?