Posted inଜାତୀୟ

ମମତାଙ୍କ ବୈଠକରେ ଯୋଗଦେବେନି ଏଆଇଏମ୍‌ଆଇଏମ୍‌-ଟିଆରଏସ୍‌

ନୂଆଦିଲ୍ଲୀ,୧୫।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀଙ୍କ ରଣନୀତି ଉପରେ ଆଲୋଚନା କରିବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୂଆଦିଲ୍ଲୀରେ ଏକ ବୈଠକ ଡକାଇଛନ୍ତି। ବୁଧବାର ଦ୍ୱିପ୍ରହର ୩ଟାରେ କନ୍‌ଷ୍ଟିଟ୍ୟୁସନ୍‌ ହଲ୍‌ରେ ହେବାକୁ ଥିବା ଏହି ବୈଠକରେ ବିରୋଧୀ ଦଳର ନେତାଙ୍କୁ ଆମନ୍ତ୍ରଣ କରାଯାଇଛି। ତେବେ ବୈଠକ ପୂର୍ବରୁ ବିରୋଧୀଙ୍କ ପାରସ୍ପରିକ ଦ୍ୱନ୍ଦ୍ୱ ଏବଂ ଅସନ୍ତୋଷ ସ୍ପଷ୍ଟ ବାର ହୋଇପଡ଼ୁଛି। ତୃଣମୂଳ କଂଗ୍ରେସ ନେତା ୨୨ଟି ରାଜନୈତିକ ଦଳକୁ ଏହି ବୈଠକରେ ନିମନ୍ତ୍ରଣ କରିଥିଲେ। କିନ୍ତୁ ଏଆଇଏମ୍‌ଆଇଏମ୍‌କୁ ଅଣଦେଖା କରିଥିଲେ। ସେହିପରି ତେଲେଙ୍ଗାନା ରାଷ୍ଟ୍ର ସମିତି(ଟିଆରଏସ୍‌) ମଧ୍ୟ ଏହି ବୈଠକରେ ଯୋଗଦେବାକୁ ସମ୍ପୂର୍ଣ୍ଣ ଭାବେ ମନା କରିଦେଇଛି। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଟିଆରଏସ୍‌ ଅଧ୍ୟକ୍ଷ କେ. ଚନ୍ଦ୍ରଶେଖର ରାଓ ଦଳର ବରିଷ୍ଠ ନେତାଙ୍କ ସହ ପରାମର୍ଶ ପରେ ଏହି ନିଷ୍ପତ୍ତି ନେଇଛନ୍ତି। କୁହାଯାଉଛି, ମମତା ବାନାର୍ଜୀ କଂଗ୍ରେସ ଦଳକୁ ଏହି ବୈଠକକୁ ନିମନ୍ତ୍ରଣ କରିଥିବାରୁ ଟିଆରଏସ୍‌ ଅସନ୍ତୁଷ୍ଟ ରହିଛି। ଉଭୟ ଭାଜପା ଏବଂ କଂଗ୍ରେସଠାରୁ ସମାନ ଦୂରତା ବଜାୟ ରଖିବା ପାଇଁ ଟିଆରଏସ୍‌ ନିଜର ଆଭିମୁଖ୍ୟକୁ ଦର୍ଶାଇଛି। ଟିଆରଏସ୍‌ ନେତୃତ୍ୱ ସ୍ପଷ୍ଟ କରିଛନ୍ତି ଯେ, କଂଗ୍ରେସ ଜଡିତ ଥିବା କୌଣସି କାର୍ଯ୍ୟକ୍ରମର ଦଳ ଅଂଶ ହୋଇପାରିବ ନାହିଁ। କାରଣ ରାଜ୍ୟରେ କଂଗ୍ରେସ ସହ ତାଙ୍କର ପ୍ରତିଦ୍ୱନ୍ଦୀତା ରହିଛି। ସୂଚନାଯୋଗ୍ୟ, ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ ଏବଂ ଫଳାଫଳ ଜୁଲାଇ ୨୧ରେ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟି ବନ୍ଦ: ବିକଳ୍ପ ରାସ୍ତାରେ ଟ୍ରାଫିକ୍ ଜାମ୍, ଜବରଦଖଲ ହଟାଇବାକୁ ତହସିଲଦାରଙ୍କ କଡ଼ା ପଦକ୍ଷେପ

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଓ କନ୍ଧମାଳ ଜିଲାକୁ ସଂଯୋଗ କରୁଥିବା କଳିଙ୍ଗା ଘାଟିରେ ଭୂସ୍ଖଳନ ଯୋଗୁ ଯାତାୟାତ ବନ୍ଦ ରହିଛି। ଫଳରେ ଗଞ୍ଜାମରୁ କନ୍ଧମାଳ ଏବଂ କନ୍ଧମାଳରୁ…

IPL ୨୦୨୭ ପୂର୍ବରୁ CSKରେ ଲାଗିଲା ଜୋରଦାର ଝଟ୍‌କା: ୧୫ ବର୍ଷ ପରେ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ,୧୦।୧୦: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର କୋଚିଂ ଟିମ୍‌ରେ ବଡ଼ ପରିବର୍ତ୍ତନ ଜାରି ରହିଛି। ଏହି ଫ୍ରାଞ୍ଚାଇଜ ନିଜର କିମ୍ବଦନ୍ତୀ ବ୍ୟାଟିଂ କୋଚ…

ଔଷଧ ସେବନ ପରେ ଆଶ୍ରମ ବିଦ୍ୟାଳୟର ୨ ଛାତ୍ର ଗୁରୁତର

ଝରିଗାଁ,୧୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ଆଶ୍ରମ ବିଦ୍ୟାଳୟର ଦୁଇଜଣ ଛାତ୍ର ଔଷଧ ସେବନ ପରେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।…

ଶହୀଦ ଭଗତ ସିଂ କଲେଜରେ ପ୍ରଥମଥର ଛାତ୍ର ସଂସଦ ନିର୍ବାଚନ: ୮ ପଦବୀ ପାଇଁ ୧୫ ପ୍ରାର୍ଥୀ

ଗଞ୍ଜାମ, ୧୦।୧୦ (ଅନାଥ ତରାଇ): ଦୀର୍ଘବର୍ଷର ପ୍ରତୀକ୍ଷାର ଅନ୍ତ ଘଟିବାକୁ ଯାଉଛି। ଗଞ୍ଜାମ ବ୍ଲକର ଖଣ୍ଡଦେଉଳିସ୍ଥିତ ଶହୀଦ ଭଗତ ସିଂ କଲେଜରେ ଆସନ୍ତା ୧୫ ତାରିଖରେ ପ୍ରଥମଥର…

ସଫେଇ କଲେ ଧର୍ମେନ୍ଦ୍ର: ସମ୍ବଲପୁର ସହରକୁ ପରିଷ୍କାର ରଖିବା ଲକ୍ଷ୍ୟ

ସମ୍ବଲପୁର,୧୦।୧୦ (ପ୍ରମୋଦ ବହିଦାର):ସ୍ବଚ୍ଛତା ହିଁ ସେବା ଏବଂ ଏହା ସମାଜର ମୂଳମନ୍ତ୍ର ହେବା ଉଚିତ। ସୁସ୍ଥ ଜୀବନ ପାଇଁ ସ୍ବଚ୍ଛତା ଅପରିହାର୍ଯ୍ୟ ବୋଲି କହିଛନ୍ତି ସମ୍ବଲପୁର ଏମ୍‌ପି…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ରାଜମିସ୍ତ୍ରୀ କାମ କରୁଥିଲେ ସୌରଭ, ହଠାତ୍‌ ଲାଗିଲା କରେଣ୍ଟ: ଆଉ ତା’ପରେ…

ଦିଗପହଣ୍ଡି/ଚିକିଟି, ୧୦।୧୦(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ କାର୍ଯ୍ୟାଳୟ ନିକଟସ୍ଥ ମା’ ରତନେଇ ଠାକୁରାଣୀ ମନ୍ଦିର ପାଖରେ କୋଠା ନିର୍ମାଣ କାମ…

ପ୍ରସିଦ୍ଧ ୟୁଟ୍ୟୁବର୍‌ ଧ୍ରୁବ ରାଠୀ ଅଟକ: ଜନ୍ତରମନ୍ତରରେ CJPର ପ୍ରତିବାଦ ଆରମ୍ଭ

ନୂଆଦିଲ୍ଲୀ,୧୦।୧୦: SIR ଏବଂ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଆଜି ଦିଲ୍ଲୀର ଜନ୍ତରମନ୍ତରଠାରେ କକରୋଚ ଜନତା ପାର୍ଟି (CJP) ପକ୍ଷରୁ ପ୍ରତିବାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?