Posted inଜାତୀୟ

ରାଷ୍ଟ୍ରପତି ନିର୍ବାଚନ ନେଇ ଚିନ୍ତା କରାଯାଇନି

ନୂଆଦିଲ୍ଲୀ, ୩୦ା୩: ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସଂସଦକୁ ଯାଇ ଦଳୀୟ ଏମ୍‌ପିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ବିଜେଡିର ରଣନୀତି ସମ୍ପର୍କରେ ନବୀନଙ୍କୁ ଗଣମାଧ୍ୟମ ପ୍ରଶ୍ନ ପଚାରିଥିଲେ। ସେ କହିଥିଲେ ଯେ, ରାଷ୍ଟ୍ରପତି ନିର୍ବାଚନକୁ ଆହୁରି ବହୁ ସମୟ ଅଛି। ତେଣୁ ଏନେଇ ଦଳ ପକ୍ଷରୁ କୌଣସି ଚିନ୍ତା କରାଯାଇ ନାହିଁ। ବିଜେଡି ସବୁବେଳେ ରାଜ୍ୟର ବିକାଶକୁ ଗୁରୁତ୍ୱ ଦେଇ ଆସିଛି। ତେଣୁ ରାଜ୍ୟର ସ୍ବାର୍ଥ ପାଇଁ ଯାହା ଠିକ୍‌ ହେବ, ସେହି ଅନୁସାରେ ନିଷ୍ପତ୍ତି ନିଆଯିବ ବୋଲି ନବୀନ କହିଛନ୍ତି। ବିଶେଷ କରି ତୃତୀୟ ସାମ୍ମୁଖ୍ୟ ଗଠନ ସମ୍ପର୍କରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପ୍ରସ୍ତାବ ଏପର୍ଯ୍ୟନ୍ତ ବିଜେଡିର ହସ୍ତଗତ ହୋଇନାହିଁ। ମିଳିବା ପରେ ସେ ସମ୍ପର୍କରେ ଚିନ୍ତା କରାଯିବ ବୋଲି ନବୀନ କହିଛନ୍ତି। ତାଙ୍କର ପ୍ରଧାନମନ୍ତ୍ରୀ କିମ୍ବା ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିବାର କୌଣସି କାର୍ଯ୍ୟକ୍ରମ ନାହିଁ। ଏପରିକି ବିରୋଧୀ ବରିଷ୍ଠ ନେତାଙ୍କ ସହ ମଧ୍ୟ କୌଣସି ଆଲୋଚନା କରିବାର ଯୋଜନା ନାହିଁ ବୋଲି କହିଛନ୍ତି। ୨୦୨୪ ସାଧାରଣ ନିର୍ବାଚନରେ ବିରୋଧୀ ମେଳିରେ ମିଶିବାର କୌଣସି ଯୋଜନା ରହିଛି କି ବୋଲି ଏକ ପ୍ରଶ୍ନର ଉତ୍ତରଦେଇ ନବୀନ କହିଛନ୍ତି ଯେ, ସେନେଇ କୌଣସି ଚିନ୍ତା କରାଯାଇ ନାହିଁ ।
ନବୀନ ପାର୍ଲାମେଣ୍ଟକୁ ଯିବା ସମୟରେ ଗେଟ୍‌ ନିକଟରେ ଦଳୀୟ ଏମ୍‌ପିମାନେ ତାଙ୍କୁ ସ୍ବାଗତ କରିଥିଲେ। ଏହାପରେ ଦଳର ସଂସଦୀୟ କାର୍ଯ୍ୟାଳୟରେ ଦଳୀୟ ଏମ୍‌ପିଙ୍କ ସହ ରାଜ୍ୟର ବିଭିନ୍ନ କଲ୍ୟାଣମୂଳକ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ। ନବୀନଙ୍କଏହି ଗସ୍ତ ସମୟରେ ତାଙ୍କୁ ବିଭିନ୍ନ ଦଳର ନେତାମାନେ ଭେଟିଥିଲେ। ବିଜେଡିର ଏବେ ରାଜ୍ୟ ସଭାରେ ୯ଜଣ ସଦସ୍ୟ ଥିବାବେଳେ ଲୋକ ସଭାରେ ୧୧ଜଣ ରହିଛନ୍ତି। ସଂସଦରେ କୌଣସି ବିଲ୍‌ ପାସ୍‌ କିମ୍ବା ସାମ୍ବିଧାନିକ ପଦବୀ ପାଇଁ ନିର୍ବାଚନ ସମୟରେ ବିଜେଡି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ବିଶେଷକରି ଏହା ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ସପକ୍ଷରେ ମତ ଦେଇ ଆସିଥିବା ନଜିର ରହିଛି। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ନୂଆଦିଲ୍ଲୀରେ ପହଞ୍ଚତ୍ବାପରେ ଏକ କ୍ରୀଡ଼ା ସମ୍ମାନ ଉତ୍ସବରେ ଯୋଗ ଦେଇ ମହିଳା ହକି ଟିମ୍‌କୁ ପୁରସ୍କୃତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri